କରୋନା ସଂକ୍ରମଣରୁ ସୁସ୍ଥ ହେଲେ ୧୪୯ ଜଣ, ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୫୫୦୨

Advertisment
କରୋନା ସଂକ୍ରମଣରୁ  ସୁସ୍ଥ ହେଲେ ୧୪୯ ଜଣ, ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୫୫୦୨

ଭୁବନେଶ୍ୱର: କରୋନା ଭାଇରସ୍‌ରୁ ଆଜି ରାଜ୍ୟର ୧୯ଟି ଜିଲ୍ଲାରୁ ୧୪୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଗଂଜାମ ଜିଲ୍ଲାରୁ ଆଜି ସର୍ବାଧିକ ୪୯ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୨୪ ଜଣ, ମୟୂରଭଂଜ ଜିଲ୍ଲାରୁ ୧୪ ଜଣ, କଟକ ଜିଲ୍ଲାରୁ ୧୩ ଜଣ, କଳାହାଣ୍ଡି ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୬-୬ ଜଣ, ରାୟଗଡ଼ା ଜିଲ୍ଲାରୁ ୫ ଜଣ, ଅନୁଗୁଳ, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ ଜଣ ଲେଖାଏଁ, ବଲାଙ୍ଗୀର, ଭଦ୍ରକ, ପୁରୀ ଓ ଯାଜପୁର ଜିଲ୍ଲାରୁ ୩-୩ ଜଣ, ବାଲେଶ୍ୱର, ଜଗତ୍‌ସିଂହପୁର ଓ ନୟାଗଡ଼ ଜିଲ୍ଲାରୁ ୨-୨ ଜଣ, ବରଗଡ଼ ଓ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ଏପର୍ଯ୍ୟନ୍ତ ୨ ଲକ୍ଷ ୭୪ ହଜାର ୬୭୨ ଜଣଙ୍କର ନମୁନା ପରୀକ୍ଷା କରାଯାଇଛି। ଆଜି ପର୍ଯ୍ୟନ୍ତ ମୋଟ ୭୫୪୫ ଜଣ ଲୋକ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୨୭ ଜଣଙ୍କର ମୃତ୍ୟୁ ହୋଇଛି। ଅପରପକ୍ଷେ ୫୩୫୩ ଜଣ ସୁସ୍ଥ ହୋଇଛନ୍ତି। ରାଜ୍ୟର ବିଭିନ୍ନ କୋଭିଡ-୧୯ ହସ୍‌ପିଟାଲରେ ୨ହଜାର ୮ ଜଣ ବ୍ୟକ୍ତି ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe