କରୋନା: ଆଜି ସୁସ୍ଥ ହେଲେ ୨୦୩ ଜଣ, ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୫୭୦୫

ଭୁବନେଶ୍ୱର: ରାଜ୍ୟର ୨୦ଟି ଜିଲ୍ଲାରୁ ଆଜି ୨୦୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଗଂଜାମ ଜିଲ୍ଲାରୁ ଆଜି ସର୍ବାଧିକ ୩୮ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

 

ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୩୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଗଜପତି ଜିଲ୍ଲାରୁ ୧୯ ଜଣ ବ୍ୟକ୍ତି ଭଲ ହୋଇଛନ୍ତି। କଟକ ଜିଲ୍ଲାରୁ ୧୮ ଜଣ, ଜଗତ୍‌ସିଂହପୁର ଜିଲ୍ଲାରୁ ୧୮ ଜଣ, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୨ ଜଣ ଲେଖାଏଁ, ଢେଙ୍କାନାଳ ଜିଲ୍ଲାରୁ ୧୦ ଜଣ, ଯାଜପୁର ଜିଲ୍ଲାରୁ ୮ ଜଣ, ବରଗଡ଼ ଜିଲ୍ଲାରୁ ୭ ଜଣ, ମୟୂରଭଂଜ ଜିଲ୍ଲାରୁ ୬ ଜଣ, ରାୟଗଡ଼ା ଜିଲ୍ଲାରୁ ୫ ଜଣ, ବାଲେଶ୍ୱର ଓ କନ୍ଧମାଳ ଜିଲ୍ଲାରୁ ୩ ଜଣ ଲେଖାଏଁ, ପୁରୀ ଜିଲ୍ଲାରୁ ୨ ଜଣ ଓ ଦେବଗଡ଼, ଝାରସୁଗୁଡ଼ା, ମାଲକାନଗିରି, କେନ୍ଦୁଝର ଓ ନବରଙ୍ଗପୁର ଜିଲ୍ଲାରୁ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ଏପର୍ଯ୍ୟନ୍ତ ୨ ଲକ୍ଷ ୮୧ ହଜାର ୫୨୩ ଜଣଙ୍କର ନମୁନା ପରୀକ୍ଷା କରାଯାଇଛି। ଆଜି ପର୍ଯ୍ୟନ୍ତ ମୋଟ ୮୧୦୬ ଜଣ ଲୋକ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୨୯ ଜଣଙ୍କର ମୃତ୍ୟୁ ହୋଇଛି। ଅପରପକ୍ଷେ ୫୭୦୫ଜଣ ସୁସ୍ଥ ହୋଇଛନ୍ତି। ରାଜ୍ୟର ବିଭିନ୍ନ କୋଭିଡ-୧୯ ହସ୍‌ପିଟାଲରେ ୨ହଜାର ୩୬୪ ଜଣ ବ୍ୟକ୍ତି ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

ସମ୍ବନ୍ଧିତ ଖବର