ପଦ୍ମପୁର: କେନ୍ଦୁଝର ସଦର ଥାନା ଅନ୍ତର୍ଗତ ପଳାଶପଙ୍ଗା-ବାମେବାରି ରାସ୍ତାର ଧନୁର୍ଜୟପୁର କଣ୍ଡରାପଶିଠାରେ ଏକ ଟ୍ରକ୍ (ଓଡି-୦୯-ଜି-୮୭୫୫) ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରକ୍ଟି ରାସ୍ତାକଡ଼ରେ ଥିବା ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେବାରୁ ଖୁଣ୍ଟ ଭାଙ୍ଗିଯାଇଛି। ଚାଳକଙ୍କ କୌଣସି କ୍ଷୟକ୍ଷତି ହୋଇନଥିବା ଜଣାପଡ଼ିଛି। ବେପାରୁଆ ଗାଡ଼ି ଚାଳନା ଯୋଗୁଁ ଦୁର୍ଘଟଣା ଘଟିଥିବା ସ୍ଥାନୀୟ ଲୋକେ କହିଛନ୍ତି।
ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଲା ଟ୍ରକ୍
Advertisment
Follow Us