ରୋଜଗାର ମେଳା: ୧୮୧ ଜଣଙ୍କୁ ନିଯୁକ୍ତିପତ୍ର ବାଣ୍ଟିଲେ କେନ୍ଦ୍ରମନ୍ତ୍ରୀ

ରୋଜଗାର ମେଳା: ୧୮୧ ଜଣଙ୍କୁ ନିଯୁକ୍ତିପତ୍ର ବାଣ୍ଟିଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର : ଆମ ଦେଶକୁ ବିଶ୍ବର ଏକ ନମ୍ବର ଅର୍ଥନୀତିର ରାଷ୍ଟ୍ରରେ ପରିଣତ କରିବାକୁ ହେଲେ ଯୁବଶକ୍ତିଙ୍କୁ ବିଲକ୍ଷଣ ପ୍ରତିଭାର ଅଧିକାରୀ ହେବାକୁ ପଡ଼ିବ। ଏଥିପାଇଁ ସଫ୍ଟୱେୟାର ଭଳି ଦୁଇଟି କୋଡିଂକୁ ନିଜ ମନ ଭିତରେ ରଖିବା ପାଇଁ ପଡ଼ିବ। ତାହା ହେଲା ‘ମୁଁ ଯାହା କରୁଛି, ସମାଜ, ଦେଶ ଏବଂ ମାନବତା ପାଇଁ କରୁଛି’ ଏବଂ ଅନ୍ୟଟି ହେଲା ‘ଆମକୁ ଖୋଲା ମନରେ ନିଷ୍ପତ୍ତି ନେବାକୁ ହେବ’। ଏହି ଦୁଇଟି ମନୋଭାବ ରଖିଲେ ହିଁ ଆଗାମୀ ଦିନରେ ବିକଶିତ ଭାରତର ସଂକଳ୍ପ ପୂରଣ ହୋଇପାରିବ ବୋଲି ନବନିଯୁକ୍ତ ରୋଜଗାର ପାଇଥିବା ଯୁବପିଢ଼ିଙ୍କୁ ପରାମର୍ଶ ଦେଇଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

publive-image

ଶନିବାର ଦିନ ରେଳ ଅଡିଟୋରିୟମ ଠାରେ ଆୟୋଜିତ ‘ରାଷ୍ଟ୍ରୀୟ ରୋଜଗାର ମେଳା’ର ସପ୍ତମ ପର୍ଯ୍ୟାୟରେ ଶ୍ରୀ ପ୍ରଧାନ କେନ୍ଦ୍ର ସରକାରଙ୍କ ସିବିଆଇସି, ନାଲକୋ, ସେଲ୍, ଡାକ ବିଭାଗ, ଆଇଆଇଟି ଭୁବନେଶ୍ୱର, ବ୍ୟାଙ୍କ ସମୂହ, ଭାରତୀୟ ରେଳ, ଭାରତୀୟ ଖାଦ୍ୟ ନିଗମ ତଥା ବିଭିନ୍ନ ବିଭାଗରେ ୧୮୧ ଜଣ ନବ ନିଯୁକ୍ତ ଯୁବକଯୁବତୀଙ୍କୁ ସ୍ଥାୟୀ ନିଯୁକ୍ତି ପତ୍ର ବିତରଣ କରି କହିଛନ୍ତି, ଆମ ସମସ୍ତଙ୍କୁ ଆଧୁନିକ ଦୁନିଆରୁ ଇଜ୍ ଅଫ୍ ଲିଭିଂରେ ଅଭ୍ୟସ୍ତ ହେବାକୁ ହେବ। ତେଣୁ ଭାରତକୁ ଆଗକୁ ନେବାକୁ ହେଲେ ଯୋଜନା ବନାଇବାକୁ ପଡ଼ିବ। ଗବେଷଣା ସହ ନବସୃଜନ କରିବାକୁ ପଡ଼ିବ। ବର୍ତ୍ତମାନ ସମୟରେ ଆର୍ଟିଫିସିଆଲ ବା ଏଆଇ ଏବଂ ହ୍ୟୁମାନ ଇଣ୍ଟେଲିଜେନ୍ସ ମଧ୍ୟରେ ପ୍ରତିଯୋଗିତା ଚାଲିଛି। ଏହାକୁ ଦୃଷ୍ଟିରେ ରଖି ନୂତନ ପୃଥିବୀରେ ଭାରତକୁ ନୂଆ ଶିଖରକୁ ନେବା ପାଇଁ ଗବେଷଣା ଓ ନବସୃଜନକୁ ପ୍ରୋତ୍ସାହନ ଦେବାକୁ ହେବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe