ବିଭିନ୍ନ ​ଯୋଜନାର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ

Advertisment
ବିଭିନ୍ନ ​ଯୋଜନାର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ

ଯାଜପୁରଟାଉନ/ସଦର: କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡା ଦୁଇ ଦିନିଆ ଯାଜପୁର ଜିଲ୍ଲା ଗସ୍ତରେ ଆସି ଆଜି ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ଯାଜପୁର ସର୍କିଟ୍‌ ହାଉସ୍‌ ଠାରେ ମନ୍ତ୍ରୀଙ୍କୁ ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂହ ରାଠୋର ସ୍ୱାଗତ କରିଥିଲେ। ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାର ଅଗ୍ରଗତି ସମ୍ପର୍କରେ ଜିଲ୍ଲାପାଳ ଶ୍ରୀ ରାଠୋର ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଅପରାହ୍ଣରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମନ୍ତ୍ରୀ ଶ୍ରୀ ମୁଣ୍ଡା, ଜିଲ୍ଲାପାଳ ଏବଂ ଜିଲ୍ଲାର ବରିଷ୍ଠ ଅଧିକାରୀମାନଙ୍କ ସହ ଏକ ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ।

ଜିଲ୍ଲାପାଳ ଶ୍ରୀ ରାଠୋର ଜନଜାତି ବହୁଳ ଦାନଗଦୀ ଓ ସୁକିନ୍ଦା ବ୍ଲକ୍‌ରେ କାର୍ଯ୍ୟକାରୀ ହେଉଥିବା ଶିକ୍ଷା, ସ୍ୱାସ୍ଥ୍ୟ, ଜୀବିକା ମିଶନ କାର୍ଯ୍ୟକ୍ରମ, ଦୀନଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଳ ଯୋଜନା ଇତ୍ୟାଦି ସମ୍ପର୍କରେ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ବୈଠକରେ ମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ସଚିନ ସୌରଭ, ଏପିଏସ୍‌ ସନ୍ଦିପ ମୁଖାର୍ଜୀ, ବ୍ୟକ୍ତିଗତ ସହାୟକ ସୁଧାକର ଚୌଧୁରୀ, ଅତିରିକ୍ତ ଜିଲ୍ଲାପାଳ ଦୁଃଖବନ୍ଧୁ ନାୟକ, ଅତିରିକ୍ତ ଜିଲ୍ଲାପାଳ ଡ. ଦିବ୍ୟଲୋଚନ ମହାନ୍ତ, ମୁଖ୍ୟ ଉନ୍ନୟନ ଅଧିକାରୀ ଅଶୋକ କୁମାର ବେଉରିଆ, ଜିଲ୍ଲା ମଙ୍ଗଳ ଅଧିକାରୀ ଶରତ ଚନ୍ଦ୍ର ବେହେରା ପ୍ରମୁଖ ଯୋଗ ଦେଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe