ମହାନଦୀର ଉପର ମୁଣ୍ଡରେ ଜଳସ୍ତର ବୃଦ୍ଧି ପାଇବ: ଭାରତୀୟ ପାଣିପାଗ ବିଭାଗ ନିର୍ଦ୍ଦେଶକ

Advertisment
ମହାନଦୀର ଉପର ମୁଣ୍ଡରେ ଜଳସ୍ତର ବୃଦ୍ଧି ପାଇବ: ଭାରତୀୟ ପାଣିପାଗ ବିଭାଗ ନିର୍ଦ୍ଦେଶକ

prabhasakshi.com

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗିରହିଛି। ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ତେବେ ଉପକୂଳ ଓଡ଼ିଶାରେ ଯେଉଁ ପରିମାଣରେ ବର୍ଷା ହେଉଥିଲା ତାହା କ୍ରମଶଃ କମିବା ସହ ଏହା ଆଭ୍ୟନ୍ତରୀଣ ଓଡ଼ିଶା ଆଡକୁ ସ୍ଥାନାନ୍ତର ହେଉଛି।ଏହାର ପ୍ରଭାବରେ ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୋନପୁର ଓ ବରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ବର୍ଷା ହେବାର ସମ୍ଭାବନା ରହିଛି ।

ତେବେ ମହାନଦୀର ତଳ ଭାଗରେ ଅଧିକ ବର୍ଷା ଜାରି ରହିବ। ମହାନଦୀର ଉପର ମୁଣ୍ଡ ଯାହା ଛତିଶଗଡ଼ରେ ରହିଛି। ଆଜି ଏବଂ ଆସନ୍ତାକାଲି ମହାନଦୀର ଉପର ମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହାଫଳରେ ମହାନଦୀର ଉପର ମୁଣ୍ଡରେ ଜଳସ୍ତର ନିଶ୍ଚିତ ବୃଦ୍ଧି ପାଇବ ବୋଲି ଶ୍ରୀ ମହାପାତ୍ର କହିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe