ଭୁବନେଶ୍ବର: ରାଜ୍ୟରେ ଲଗାତାର କିଛି ଦିନ ଧରି ବର୍ଷା ଜାରି ରହିଥିବା ବେଳେ ବୁଧବାରଠାରୁ ପାଗ ଶୁଖିଲା ରହିବ। ଏବେ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଫଳରେ ଉପରବେଳା ଆଡ଼କୁ ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇପାରେ। ମୌସୁମୀ ଟ୍ରଫ୍‌ ଏବେ ଶ୍ରୀଗଙ୍ଗାନଗର, ଝୁନ୍‌ଝୁନୁ, ଉତ୍ତର-ପଶ୍ଚିମ ମଧ୍ୟପ୍ରଦେଶ, ସଂଲଗ୍ନ ପୂର୍ବ ରାଜସ୍ଥାନ, ପାନ୍ନା, ଡାଲ୍‌ଟନ୍‌ଗଞ୍ଜ ଓ ସେଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ଉତ୍ତର-ପୂର୍ବ ବଙ୍ଗୋପସାଗର ଆଡ଼କୁ ଗତି କରୁଛି। ଫଳରେ ଆସନ୍ତାକାଲି ଆଡ଼କୁ ରାଜ୍ୟର କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Advertisment

ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଆସନ୍ତାକାଲି ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟ୍‌କା ପବନ ବହିପାରେ। ଏଥିସହ ପ୍ରବଳ ବର୍ଷାର ବି ସମ୍ଭାବନା ରହିଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହାପରେ ରାଜ୍ୟରେ ପାଗ ଶୁଖିଲା ରହିବ। ମୌସୁମୀ ‌ସକ୍ରିୟ ଯୋଗୁଁ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।