ବଙ୍ଗୋପସାଗରରେ ସକ୍ରିୟ ହେଲା ଲଘୁଚାପ କ୍ଷେତ୍ର; ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

Advertisment
ବଙ୍ଗୋପସାଗରରେ ସକ୍ରିୟ ହେଲା ଲଘୁଚାପ କ୍ଷେତ୍ର; ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରର ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଉପକୂଳ ଓଡ଼ିଶାରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ସ୍ପଷ୍ଟ ଚିହ୍ନିତ ହେବା ସହ ଦକ୍ଷିଣ ଓଡ଼ିିଶା ଏବଂ ପଡ଼ୋଶୀ ଦକ୍ଷିଣ ଛତିଶଗଡ଼ ଉପରେ ବିସ୍ତାରିତ ହୋଇ ରହିଛି। ଏହାର ପ୍ରଭାବରେ ସମୁଦ୍ର ପତ୍ତନ ଠାରୁ ୭.୬ କିଲୋମିଟର ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଦକ୍ଷିଣ-ପଶ୍ଚିମ ଦିଗକୁ ସକ୍ରିୟ ରହିଛି। ଆଗାମୀ ୨ଦିନ ମଧ୍ୟରେ ଏହା ପଶ୍ଚିମ- ଦକ୍ଷିଣପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକା ଏବଂ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି ବୋଲି ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଜଗତସିଂହପୁର, ଅନୁଗୁଳ, ବୌଦ୍ଧ, ବଲାଙ୍ଗୀର, ନୁଆପଡ଼ା, ନବରଙ୍ଗପୁର ଜିଲ୍ଲାର ଗୋଟିଏ ଏକ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ ହଳଦିଆ ଚେତାବନୀ ବା ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଏଥିସହ ଉତ୍ତର ପଶ୍ଚିମ ଏବଂ ଦକ୍ଷିଣ ଓଡ଼ିଶା- ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ଉପକୂଳରେ ଲଘୁଚାପ ପ୍ରଭାବରେ, ବଙ୍ଗୋପସାଗରର ଉତ୍ତର ଉପକୂଳରେ ଘଣ୍ଟାପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବା ସହ ସମୁଦ୍ର ଅଶାନ୍ତ ରହିବ। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ଉପକୂଳବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର କୂଳରେ ରହୁଥିବା ମତ୍ସ୍ୟଜୀବୀଙ୍କୁ ଆସନ୍ତା ୪୮ ଘଣ୍ଟା ପାଇଁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe