ଖସିବ ପାରଦ, ବଢ଼ିବ ଶୀତ

Advertisment
ଖସିବ ପାରଦ, ବଢ଼ିବ ଶୀତ

Image Courtesy of News18

ଭୁବନେଶ୍ବର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ରାତିର ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବ। ଏଥିସହ ବଲାଙ୍ଗୀର, କନ୍ଧମାଳ, ଗଜପତି, କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିର ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟମଧରଣର କୁହୁଡ଼ି ପଡ଼ିବ। ବାକି ଅଞ୍ଚଳରେ ପାଗ ମୁଖ୍ୟତଃ ଶୁଖିଲା ରହିବ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦେଶକ ଏଚ୍‌.ଆର୍‌ ବିଶ୍ବାସ କହିଛନ୍ତି ଯେ ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇଛି। ଗୋଟିଏ ଦୁଇଟି ସ୍ଥାନ‌ରେ ୩ରୁ ୪ଡିଗ୍ରି ପର୍ଯ୍ୟନ୍ତ କମିଛି। ଝାରସୁଗୁଡ଼ାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୨ଡିଗ୍ରି ରେକର୍ଡ କରାଯାଇଛି। କଳାହାଣ୍ଡି, କୋରାପୁଟ, କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ଘନ କୁହୁଡ଼ି ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe