ଭୁବନେଶ୍ୱର : ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଜାତିସଂଘ ପକ୍ଷରୁ କିସ୍କୁ ବିଶ୍ବ ସ୍ତରରେ ସର୍ବଶ୍ରେଷ୍ଠ ଶିକ୍ଷା ସମ୍ମାନ ‘ୟୁନେସ୍କୋ ଇଣ୍ଟରନ୍ୟାସନାଲ ଲିଟେରାସି ପୁରସ୍କାର-୨୦୨୨’ ପ୍ରଦାନ କରାଯାଇଛି। ଆନ୍ତର୍ଜାତିକ ସାକ୍ଷରତା ଦିବସ ଅବସରରେ ଗୁରୁବାର ଦିନ ଆଫିକ୍ରାର ଡି ଆଇଭୋର୍ କୋଷ୍ଟଠାରେ ୟୁନେସ୍କୋ ପକ୍ଷରୁ ଅନୁଷ୍ଠିତ ପୁରସ୍କାର ବିତରଣ ଉତ୍ସବରେ କିସ୍ର ପ୍ରତିନିଧି ଏହି ପୁରସ୍କାର ଗ୍ରହଣ କରିଛନ୍ତି। ପୁରସ୍କାର ବାବଦରେ କିସ୍କୁ ୨୦ ହଜାର ଆମେରିକୀୟ ଡଲାର, ମେଡାଲ୍ ଓ ପ୍ରଶସ୍ତିପତ୍ର ପ୍ରଦାନ କରଯାଇଛି।
ଏହି ଅନ୍ତର୍ଜାତୀୟ ଶିକ୍ଷା ପୁରସ୍କାର ପାଇବାରେ କିସ୍ ବିଶ୍ୱର ପ୍ରଥମ ଜନଜାତି ଅନୁଷ୍ଠାନ ହୋଇଥିବା ବେଳେ ଭାରତର ସମସ୍ତ ଘରୋଇ ଓ ସରକାରୀ ଅନୁଷ୍ଠାନ କ୍ଷେତ୍ରରେ ପଞ୍ଚମ ଅନୁଷ୍ଠାନ ଓ ତୃତୀୟ ଏନ୍ଜିଓ। ଅନୁଷ୍ଠାନର ଏହି ଉପଲବ୍ଧି ପାଇଁ ଆଜି କିସ୍ର ୩୦ହଜାର ଛାତ୍ରଛାତ୍ରୀ ଖୁସି ମନାଇଥିଲେ। ଶ୍ରୀ ସାମନ୍ତ ସମସ୍ତ ଛାତ୍ରଛାତ୍ରୀଙ୍କୁ ଲଡ଼ୁ ବଣ୍ଟନ ସହ ଶୁଭେଚ୍ଛା ଜଣାଇଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/09/kiss.jpg)