ରାଜ୍ୟର ବିଭିନ୍ନ ବିଶ୍ଵବିଦ୍ୟାଳୟରେ ୧୦୦୭ଟି ପ୍ରଫେସର ପଦବୀ ଖାଲି ରହିଛି: ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ ସାହୁ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ବିଶ୍ଵବିଦ୍ୟାଳୟରେ ୧୦୦୭ଟି ପ୍ରଫେସର ପଦବୀ ଖାଲି ରହିଛି | ଏହା ସହ ବିଭିନ୍ନ ବିଶ୍ୱବିଦ୍ୟାଳୟରେ କେତୋଟି ପଦବୀ ଖାଲି ରହିଛି, ସେ ନେଇ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ ସାହୁ | ରାଜ୍ୟରେ କେତୋଟି ପ୍ରଫେସର ପଦବୀ ଖାଲି ରହିଛି ସେ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ ସାହୁଙ୍କୁ ପ୍ରଶ୍ନ କରିଥିଲେ ବିଜେଡି ବିଧାୟକ ଅମର ଶତପଥୀ |

ଆଜି ଏହାର ଉତ୍ତର ରଖି ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ ସାହୁ କହିଛନ୍ତି ଯେ, ରାଜ୍ୟରେ ବିଭିନ୍ନ ବିଶ୍ଵବିଦ୍ୟାଳୟରେ ୧୦୦୭ଟି ପ୍ରଫେସର ପଦବୀ ଖାଲି ରହିଛି | ସେ ମଧ୍ୟରୁ ୧୬୬୦ଟି ଅଣଶିକ୍ଷକ ପଦବୀ ଖାଲି ରହିଥିବା ବେଳେ ଉତ୍କଳ ବିଶ୍ୱବିଦ୍ୟାଳୟରେ ୧୨୬ଟି ପ୍ରଫେସର ପଦବୀ, ରେଭେନ୍ସା ବିଶ୍ୱବିଦ୍ୟାଳୟରେ ୧୮୮ଟି ପଦବୀ ଏବଂ ରମାଦେବୀରେ ୧୦୧ଟି ପ୍ରଫେସର ପଦବୀ ଖାଲି ରହିଛି | ଏବେ ଖାଲି ପଡିଥିବା ପଦବୀ ପାଇଁ ଚୟନ ପ୍ରକ୍ରିୟା ଚାଲିଛି ବୋଲି କହିଛନ୍ତି ଶିକ୍ଷାମନ୍ତ୍ରୀ ଅରୁଣ ସାହୁ |

ସମ୍ବନ୍ଧିତ ଖବର