ଆସନ୍ତା ୨ ଦିନ ବର୍ଷା ସମ୍ଭାବନା ନାହିଁ

Advertisment
ଆଜି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ

Skymet Weather

ଭୁବନେଶ୍ବର: ଉତ୍ତର ଉପକୂଳବର୍ତ୍ତୀ ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଧୀରେଧୀରେ ଅସ୍ପଷ୍ଟ ହେବାରେ ଲାଗିଛି। ଏଥିସହ ଜଡ଼ିତ ଘୂର୍ଣ୍ଣିବଳୟଟି ମଧ୍ୟ ଏଥିରେ ମିଶିଯାଇଛି। ଫଳରେ ରାଜ୍ୟ‌ରେ ଆସନ୍ତା ୨ ଦିନ ବର୍ଷା ହେବାର ସମ୍ଭାବନା ନାହିଁ। ପାଗ ଖରାଟିଆ ଓ ଶୁଖିଲା ରହିବ। ଏହାପରେ ୩ ଦିନ ରାଜ୍ୟରେ ଭଲ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

କେନ୍ଦ୍ରର ସୂଚନା ଅନୁସାରେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି କିଛି ସ୍ଥାନରେ କାଁ ଭାଁ ବର୍ଷା ହେବ। କିନ୍ତୁ ରା‌ଜ୍ୟର ବାକି ସ୍ଥାନରେ ସେମିତି କିଛି ବର୍ଷା ହେବାର ସମ୍ଭାବନା ନାହିଁ। ସେହିପରି ୮ ତାରିଖ ଅପରାହ୍‌ଣରୁ ୯ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହୋଇପାରେ। ୯ ତାରିଖ ଦିନ ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସହ ବାକି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ମାଲକାନଗିରି, କୋରାପୁଟ, ରାୟଗଡ଼ା, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବା ସହ ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, କନ୍ଧମାଳ, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ମୟୂରଭଞ୍ଜ, ଢେଙ୍କାନାଳ, କଟକ ଓ ଗଞ୍ଜାମ ଆଦି ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ବର୍ଷା ହେବ।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ସବୁ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ସର୍ବାଧିକ ବର୍ଷା ସୁନ୍ଦରଗଡ଼ରେ ରେକର୍ଡ କରାଯାଇଛି। ସେଠାରେ ୯୪.୦ ମିମି ବର୍ଷା ହୋଇଥିବା ବେଳେ ଝାରସୁଗୁଡ଼ା ଜିଲ୍ଲା କୋଲାବିରାରେ ୭୫.୨ ମିମି ବର୍ଷା ହୋଇଯାଇଛି। ୧ ଜୁନ୍‌ରୁ ୭ ଜୁଲାଇ ପର୍ଯ୍ୟନ୍ତ ରାଜ୍ୟରେ ୩୨୧.୩ ମିମି ବର୍ଷା ରେକର୍ଡ ହୋଇଛି। ଏହି ସମୟ ଅବଧି ମଧ୍ୟରେ ସ୍ବାଭାବିକ ଭାବେ ୨୮୬.୯ ମିମି ବର୍ଷା ହୋଇଥାଏ। ଚଳିତ ବର୍ଷ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୨% ଅତିରିକ୍ତ ବର୍ଷା ହୋଇଥିବା କେନ୍ଦ୍ର ପକ୍ଷରୁ କୁହାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe