ଜୁନ୍‌ରେ ହେବ ନିଅଣ୍ଟ ବର୍ଷା

Advertisment
୧୫ରେ ଅଧା ଓଡ଼ିଶାରେ ବର୍ଷା, ୟେଲୋୱାର୍ଣ୍ଣିଂ ଜାରି

en.gaonconnection.com

ଭୁବନେଶ୍ବର : ଓଡ଼ିଶାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବିଳମ୍ବରେ ଆସିବାକୁ ଥିବାରୁ ଜୁନ୍‌ରେ ନିଅଣ୍ଟିଆ ବର୍ଷା ହେବ। କିନ୍ତୁ ସେପ୍ଟେମ୍ବର ସୁଦ୍ଧା ଉଭୟ ଦେଶ ଓ ରାଜ୍ୟରେ ବର୍ଷାର ପରିମାଣ ସ୍ବାଭାବିକ ହୋଇଯାଇଥିବ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)। ଉତ୍ତର ତଥା ଉତ୍ତର-ପୂର୍ବ ଭାରତର କିଛି ଅଞ୍ଚଳକୁ ଛାଡ଼ି ଦେଲେ ଜୁନ୍‌‌ରେ ଦିନର ସର୍ବୋଚ୍ଚ ଓ ରାତିର ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହିବ। ରାଜ୍ୟରେ ମଧ୍ୟ ଜୁନ୍‌ରେ ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହିବା ସହ ଗରମ ହେବ ବୋଲି କହିଛି ଆଇଏମ୍‌ଡି।

ଅପରପକ୍ଷେ, ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ପଶ୍ଚିମ ଓଡ଼ିଶାର ତାପମାତ୍ରା ୪୦ ଡିଗ୍ରି ଉପରେ ରହିଛି। ସମ୍ବଲପୁରର ଶୁକ୍ରବାର ଦିନ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୨.୪ ଡିଗ୍ରି ରେକର୍ଡ ହୋଇଥିବା ବେଳେ ବୌଦ୍ଧରେ ୪୨.୨ଡିଗ୍ରି, ଟିଟିଲାଗଡ଼ରେ ୪୧.୫ ଡିଗ୍ରି, ସୋନପୁରରେ ୪୧.୪ ଡିଗ୍ରି ଲେଖାଏଁ ରେକର୍ଡ ହୋଇଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନ ବିଶେଷକରି ପଶ୍ଚିମ ଓଡ଼ିଶାରେ ତାପମାତ୍ରା ୪୨ ଡିଗ୍ରି ଉପରେ ରହିବାର ସମ୍ଭାବନା ରହିଛି।

publive-image

ଶୁକ୍ରବାର ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଧା, ପୁରୀ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ ଓ ଗଞ୍ଜାମ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ସହ ଖୁବ୍‌ ଜୋର୍‌ରେ ପବନ ବହିଛି। ଏଥିସହ ନୟାଗଡ଼, ଗଜପତି, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ଗଜପତି, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇଯାଇଛି। ଶନିବାର ଦିନ ମଧ୍ୟ ରାଜ୍ୟର କିଛି ସ୍ଥାନ ଯଥା ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ ଓ ଅନୁଗୁଳ ଆଦି ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe