ଭୁବନେଶ୍ବର: ଏସସି/ଏସଟି ପିଲାଙ୍କ ପୋଷ୍ଟ ମାଟ୍ରିକ ସ୍କଲାରସିପରେ ହେବନି ପରିବର୍ତ୍ତନ । ପିଲାମାନେ ପ୍ରଚଳିତ ହାରରେ ସ୍କଲାରସିପ ପାଇବେ । ଏସସି/ଏସଟି ଉନ୍ନୟନ ବିଭାଗ ଦ୍ୱାରା ପ୍ରକାଶିତ ସଂକଳ୍ପରେ ସ୍ଥଗିତ ନିର୍ଦ୍ଦେଶ ଦିଆଯାଇଛି । ରିଜୋଲ୍ୟୁସନ ସ୍ଥଗିତ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ହେଲେ ଚଳିତ ବର୍ଷ ରାଜ୍ୟ ସରକାର ସ୍କୁଲ ନଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି । ସ୍କୁଲ ନଖୋଲିଲେ ମଧ୍ୟ ପିଲାମାନେ ସ୍କଲାରସିପ ପାଇପାରିବେ । ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲ ନଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/11/scholarship-08_Thumb.jpg)