ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହି ୮ଟି ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ଆଶଙ୍କା

Advertisment
ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହି ୮ଟି ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟର ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହି ୮ଟି ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗକେନ୍ଦ୍ର ଶୁକ୍ରବାର ପୂର୍ବାନୁମାନ କରିଛି। ତେଣୁ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଦେଓଗଡ଼, ଗଞ୍ଜାମ ଓ ଗଜପତି ଆଦି ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗର ସୂଚନା। ତେଣୁ ଏହି ସମୟର ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି। ଏହି ଜିଲ୍ଲାମାନଙ୍କୁ ଛାଡ଼ି ଦେଲେ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେହିପରି ଦକ୍ଷିଣ ଉପକୂଳବର୍ତ୍ତୀ ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା, ଉତ୍ତର ଓଡ଼ିଶାର ବିଭିନ୍ନସ୍ଥାନରେ ପାଗ ଶୁଖିଲା ରହିବ। ଅନ୍ୟପକ୍ଷରେ ଗତକାଲି ସୋନପୁରରେ ସର୍ବାଧିକ ତାପମାତ୍ର ୩୯.୨ଡିଗ୍ରୀ ଥିବା ବେଳେ ହୀରାକୁଦରେ ୧୯.୬ଡିଗ୍ରୀ ସର୍ବନିମ୍ନ ତାପମାତ୍ର ରହିଥିଲା।

publive-image

ଗତକାଲି ବରଗଡ଼, ଗଞ୍ଜାମ, ଝାରସୁଗୁଡ଼ା,ମୟୂରଭଞ୍ଜ, କେନ୍ଦୁଝର,ସୁନ୍ଦରଗଡ଼, ଢ଼େଙ୍କାନାଳ,ବରଗଡ଼,ବଲାଙ୍ଗୀର,ନବରଙ୍ଗପୁର, ସୋନପୁର ଓ ଗଜପତି ଆଦି ସ୍ଥାନରେ ବର୍ଷା ହୋଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe