ଓଡ଼ିଶାରେ ୩ୟ କରୋନା ପଜିଟିଭ୍‌ ଚିହ୍ନଟ: ସୂଚନା ଦେଲା ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ୱର: ଓଡ଼ିଶାରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗୁରୁବାର ସନ୍ଧ୍ୟାରେ ସ୍ବାସ୍ଥ୍ୟ ବିଭାଗ ଏହି ସୂଚନା ଦେଇଛି। କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବ୍ୟକ୍ତି ଜଣକ ଭୁବନେଶ୍ୱରର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ୍‌ ଯୋଗେ ସୂଚନା ଦେଇଛି।

ସୂଚନାଯୋଗ୍ୟ, ଓଡ଼ିଶାରେ ପୂର୍ବରୁ ୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଏଥି ସହିତ ଏପର୍ଯ୍ୟନ୍ତ ୩ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ପଜିଟିଭ୍‌ ଚିହ୍ନଟ ହୋଇଥିବା ୨ ଜଣ ଯୁବକଙ୍କ ସ୍ୱାସ୍ଥ୍ୟାବସ୍ଥା ଏବେ ସ୍ଥିର ରହିଥିବା ଜଣାଯାଇଛି।

ସମ୍ବନ୍ଧିତ ଖବର