ଶନିବାର ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ: ଗୁରୁବାର ସନ୍ଧ୍ୟାରେ ପ୍ରଚାର ଶେଷ

ଶନିବାର ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ: ଗୁରୁବାର ସନ୍ଧ୍ୟାରେ ପ୍ରଚାର ଶେଷ

ଭୁବନେଶ୍ବର: ରାଜ୍ୟରେ ଆସନ୍ତା ୨୫ ତାରିଖ ଶନିବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏଥିପାଇଁ ଗୁରୁବାର ସନ୍ଧ୍ୟାରେ ପ୍ରଚାର ସରୁଛି। ଶେଷ ଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରାଯାଉଛି। କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ଆଦି ୬ ସଂସଦୀୟ କ୍ଷେତ୍ର ତଥା ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନରେ ମତଦାନ ହେବ।

ଭୁବନେଶ୍ୱରରେ ଅପରାଜିତା ଷଡ଼ଙ୍ଗୀ,ମନ୍ମଥ ରାଉତରାୟ ଏବଂ ୟାସିର ନୱାଜଙ୍କ ମଧ୍ୟରେ କଡ଼ା ଲଢ଼େଇ ହେବ।

ସେହିପରି ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେଡିର ପ୍ରଣବ ପ୍ରକାଶ ଦାସ ଏବଂ କଂଗ୍ରେସର ପୂର୍ବତନ ସାଂସଦ ନଗେନ୍ଦ୍ର ପ୍ରଧାନଙ୍କ ମଧ୍ୟରେ ଲଢ଼େଇ ହେବ।

କଟକରେ ବିଜେପିର ଭର୍ତ୍ତୃହରି ମହତାବଙ୍କ ସହ ବିଜେଡିର ସଂତୃପ୍ତ ମିଶ୍ର ଏବଂ କଂଗ୍ରେସର ସୁରେଶ ମହାପାତ୍ରଙ୍କ ମଧ୍ୟରେ ଲଢ଼େଇ ହେବ। ସେହିପରି ପୁରୀରେ ସମ୍ବିତ ପାତ୍ର, ଅରୁପ ପଟ୍ଟନାୟକ ଏବଂ ଜୟନାରାୟଣ ପଟ୍ଟନାୟକଙ୍କ ମଧ୍ୟରେ କଡ଼ା ମୁକାବିଲା ହେବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe