ପୁଣି ୩ କରୋନା ପଜିଟିଭ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ହେଲା ୨୦୯

ଭୁବନେଶ୍ୱର: ରାଜ୍ୟରେ ପୁଣି ୩ ଜଣ କରୋନା ଭାଇରସ ପଜିଟିଭ ଚିହ୍ନଟ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୨ ଜଣ ହୋଇଥିବା ବେଳେ ଅନ୍ୟ ଜଣେ ହେଉଛନ୍ତି ଜଗତ୍‌ସିଂହପୁର ନିବାସୀ । ଏଥି ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୯ରେ ପହଞ୍ଚିଛି ।

ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭ ପହଞ୍ଚିଛି । ବାଲେଶ୍ୱର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୨ ଜଣ ବ୍ୟକ୍ତି ସୁରତ ଫେରନ୍ତା ଯୁବକ । ସେମାନଙ୍କର ବୟସ ୨୬ ଓ ୨୯ । ଏଥିରୁ ୫ ଜଣ ଆକ୍ରାନ୍ତ ବ୍ୟକ୍ତି ସୁସ୍ଥ ହୋଇଥିବା ବେଳେ ୨୨ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି । ଆଜି ଜଗତ୍‌ସିଂହପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ବ୍ୟକ୍ତି ଜଣକ ପଶ୍ଚିମବଙ୍ଗରୁ ଫେରିଥିଲେ। ତାଙ୍କର ବୟସ ୭୦ ବର୍ଷ ଏବଂ ସେ ଜଣେ ବୃଦ୍ଧ । ଜଗତସିଂହପୁର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି । ୫ ଜଣ । ଗତକାଲି ଏକକାଳୀନ ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ଜଣେ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ, ରାଜ୍ୟରେ ଏପର୍ଯ୍ୟନ୍ତ ୫୦ ହଜାର ୫୧୪ଟି ଆରଟି ପିସିଆର ନମୁନା ପରୀକ୍ଷା ହୋଇଛି । ୧୮ଟି ଜିଲ୍ଲାରୁ ମୋଟ ୨୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାଜପୁର ଜିଲ୍ଲାରୁ ସର୍ବାଧିକ ୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ୪୭ ଜଣ, ବାଲେଶ୍ୱର ଜିଲ୍ଲାରୁ ୨୭ ଜଣ, ଭଦ୍ରକ ଓ ଗଂଜାମ ଜିଲ୍ଲାରୁ ୨୧-୨୧ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୫ ଜଣ, ମୟୂରଭଂଜ ଜିଲ୍ଲାରୁ ୪ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ, ବଲାଙ୍ଗୀର, ଝାରସୁଗୁଡ଼ା, କେନ୍ଦୁଝର, କଟକ ଓ କଳାହାଣ୍ଡି ଜିଲ୍ଲାରୁ ୨-୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏତଦ ବ୍ୟତୀତ କୋରାପୁଟ, ଦେବଗଡ଼, ଢେଙ୍କାନାଳ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଏପର୍ଯ୍ୟନ୍ତ ୬୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୧୪୫ ଜଣ ସକ୍ରିୟ ଆକାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । କରୋନା ସଂକ୍ରମଣରେ କେବଳ ୨ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛନ୍ତି ।

ସମ୍ବନ୍ଧିତ ଖବର