ଭୁବନେଶ୍ୱର : ପୁରୀ ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ପରିଚାଳନା ନେଇ ପୁରୀ ଜିଲ୍ଲା ପ୍ରଶାସନକୁ ସହଯୋଗ କରିବା ପାଇଁ ୩ଜଣ ବରିଷ୍ଠ ଓଏଏସ୍ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି।
Sambad is now on WhatsApp
Join and get latest news updates delivered to you via WhatsApp
ସେମାନେ ହେଉଛନ୍ତି ବୌଦ୍ଧର ଡିଆରଡିଏ ପ୍ରକଳ୍ପ ନିର୍ଦେଶକ ରାଜେନ୍ଦ୍ର କୁମାର ପଟ୍ଟନାୟକ, ଢେଙ୍କାନାଳ ଏଡିଏମ୍ ଅବନୀକାନ୍ତ ପଟ୍ଟନାୟକ ଓ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଯୁଗ୍ମ ସଚିବ ଶୁଭକାନ୍ତ ମହାପାତ୍ର। ପ୍ରଥମ ପର୍ଯ୍ୟାୟରେ ଆସନ୍ତା ୧୨ରୁ ୧୫ ତାରିଖ ପର୍ଯ୍ୟନ୍ତ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ୨୦ରୁ ୨୩ ତାରିଖ ପର୍ଯ୍ୟନ୍ତ ସେମାନେ ପୁରୀରେ ଦାୟିତ୍ୱ ନିର୍ବାହ କରିବେ। ଏ ନେଇ ଆଜି ସାଧାରଣ ପ୍ରଶାସନ ବିଭାଗ ବିଜ୍ଞପ୍ତି ପ୍ରକାଶ କରିଛି।