ଭୂବନେଶ୍ୱର: ଉତ୍ତର- ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନ ଠାରୁ ୫.୮ କିଲୋମିଟର ଉଚ୍ଚତାରେ ରହିଛି। ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ରହିଛି ବୋଲି ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

Advertisment

ଆସନ୍ତା ୫ ଦିନ ଧରି ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ଦୁଇ ଦିନ ମଧ୍ୟରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ବଜ୍ରପାତରୁ ରକ୍ଷା ପାଇବା ପାଇଁ ବଜ୍ରପାତ ସମୟରେ ସୁରକ୍ଷିତ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି

ପାଣିପାଗ ବିଶେଷଜ୍ଞଙ୍କ ସୂଚନା ଅନୁଯାୟୀ, ଏହାର ପ୍ରଭାବରେ ଆସନ୍ତା ୫ ଦିନ ଧରି ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ଦୁଇ ଦିନ ମଧ୍ୟରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ବଜ୍ରପାତରୁ ରକ୍ଷା ପାଇବା ପାଇଁ ବଜ୍ରପାତ ସମୟରେ ସୁରକ୍ଷିତ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।
ଏହି ପରିପ୍ରେକ୍ଷୀରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୪ ସେପ୍ଟେମ୍ବର, ସୋମବାର ଅପରାହ୍ନ ମଧ୍ୟରେ ରାଜ୍ୟର ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି) ହେବାର ସମ୍ଭାବନା ରହିଛି।

ସେହିପରି ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, କଟକ, ସମ୍ବଲପୁର, ଦେବଗଡ଼, ସୋନପୁର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ସେମି) ହେବାର ସମ୍ଭାବନା ରହିଛି।

publive-image

ଅନ୍ୟପକ୍ଷରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ଅନୁଗୁଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ ସୋନପୁର ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ରହିଛି ବୋଲି ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳୁ ଆକାଶ ଆଂଶିକ ମେଘାଛନ୍ନ ରହିଛି। ତେବେ, ଟୁଇନ୍‌ ସିଟି ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି।