ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଦୁର୍ବଳ ହୋଇପଡ଼ିଥିଲେ ସୁଦ୍ଧା ଏହା ସହ ଜଡିତ ଥିବା ଘୂର୍ଣ୍ଣିବଳୟ ଆଜି (ଗୁରୁବାର) ମଧ୍ୟ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଆଜି ସକାଳ ବର୍ଷା ଲାଗିରହିଛି। କଟକ, ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ, ଦେବଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ବୌଦ୍ଧ, କଳାହାଣ୍ଡି, ନୂଆପଡ଼ା ଓ ଯାଜପୁରର କେତେକ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି।

Advertisment

ଅନ୍ୟପକ୍ଷରେ, ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ କିଛି ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡିକରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ ରୁ ୨୦ସେମି) ସମ୍ଭାବନା ରହିଥିବା ବେଳେ ଥିବାବେଳେ ସାରା ରାଜ୍ୟରେ ବିସ୍ତୃତି ବର୍ଷାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କହିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

 ୮ ସେପ୍ଟେମ୍ବର, ଶୁକ୍ରବାର ଅପରାହ୍ନ ମଧ୍ୟରେ ରାଜ୍ୟର ୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୨୦ ସେମିରୁ ଅଧିକ) ହେବାର ସମ୍ଭାବନା ଥିବା ବେଳେ ୧୪ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି) ହେବାର ସମ୍ଭାବନା ରହିଛି

ସଂପ୍ରତି ରାଜ୍ୟ ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ୧୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

ଏହି ପରିପ୍ରେକ୍ଷୀରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୮ ସେପ୍ଟେମ୍ବର, ଶୁକ୍ରବାର ଅପରାହ୍ନ ମଧ୍ୟରେ ରାଜ୍ୟର ୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୨୦ ସେମିରୁ ଅଧିକ) ହେବାର ସମ୍ଭାବନା ଥିବା ବେଳେ ୧୪ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି) ହେବାର ସମ୍ଭାବନା ରହିଛି।

ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ ପ୍ରଭୃତି ୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମିରୁ ଅଧିକ) ହେବାର ସମ୍ଭାବନା ରହିଛି।

publive-image

ସେହିପରି ଏହି ସମୟ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବରଗଡ଼, ଦେବଗଡ଼, ଅନୁଗୁଳ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ସେମି) ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳୁ ଆକାଶ ଆଂଶିକ ମେଘାଛନ୍ନ ରହିବା ସହ ବର୍ଷା ଜାରି ରହିଛି। ତେବେ, ଟୁଇନ୍‌ ସିଟି ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତାକାଲି ୮ ତାରିଖ ପରଠାରୁ ରାଜ୍ୟରେ ବର୍ଷାର ପ୍ରଭାବ କମିବା ସମ୍ଭାବନା ଥିବାବେଳେ, ୧୨ ତାରିଖ ଠାରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କହିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।