ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡିଶାରେ ଲଘୁଚାପ ବଳୟ ସକ୍ରିୟ ରହିଥିବା ବେଳେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଦକ୍ଷିଣପୂର୍ବ ମୌସୁମୀ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ଆସନ୍ତା ଦୁଇଦିନ ଧରି ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ଲାଗିରହିବ, ବୋଲି ଭୁବନେଶ୍ୱର ପାଣିପାଗ କାର୍ଯ୍ୟାଳୟ ସୁତ୍ରରୁ ପ୍ରକାଶ।

Advertisment

ଅନ୍ୟପକ୍ଷରେ ମୌସୁମୀ ନିମ୍ନଚାପ ରେଖା ଆଜି (ଶୁକ୍ରବାର) ତାର ସାଧାରଣ ଅବସ୍ଥାନ ଠାରୁ ଦକ୍ଷିଣରେ ରହିବା ସହ ରାଜସ୍ଥାନର ଯଶେଲମେରରୁ ବାହାରି କୋଟା, ରାଇସେନ, ପେନ୍ଦ୍ରାରୋଡ଼, ଜାମସେଦପୁର ମଧ୍ୟ ଦେଇ ପଶ୍ଚିମବଙ୍ଗର ଦିଘାରୁ ପୂର୍ବ-ଦକ୍ଷିଣ ପୂର୍ବ ଦିଗରେ ଉତ୍ତର-ପୂର୍ବ ବଙ୍ଗୋପସାଗର ଯାଏଁ ଲମ୍ବିଛି ତଥା ବାୟୁମଣ୍ଡଳରେ ୨.୧ କିମି ଉଚ୍ଚତା ଯାଏଁ ବ୍ୟାପିଛି।

ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଆଜି ସକାଳ ବର୍ଷା ଲାଗିରହିଛି। ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୯ ତାରଖ, ଶନିବାର ଅପରାହ୍ନ ମଧ୍ୟରେ ରାଜ୍ୟର ୧୩ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ ରୁ ୧୧ସେମି) ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କହିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

ସଂପ୍ରତି ରାଜ୍ୟ ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର, ଉପକୂଳ ଓ ପଶ୍ଚିମ ଓଡ଼ିଶାର ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

publive-image

ଏହି ପରିପ୍ରେକ୍ଷୀରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୯ ସେପ୍ଟେମ୍ବର, ଶନିବାର ଅପରାହ୍ନ ମଧ୍ୟରେ ରାଜ୍ୟର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢ଼େଙ୍କାନାଳ, ଅନୁଗୁଳ, କେନ୍ଦୁଝର, ବରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଆଦି ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ସେମି) ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳୁ ଆକାଶ ଆଂଶିକ ମେଘାଛନ୍ନ ରହିବା ସହ ବର୍ଷା ଜାରି ରହିଛି। ତେବେ, ଟୁଇନ୍‌ ସିଟି ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।