ଭୁବନେଶ୍ୱର: ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ଦୁର୍ବଳ ହୋଇପଡ଼ିଛି। ଏହାର ଆଉ କୌଣସି ପ୍ରଭାବ ଏବେ ରାଜ୍ୟ ଉପରେ ନାହିଁ। ତେବେ, ଲଘୁଚାପ ପ୍ରଭାବରେ ରାଜ୍ୟ ଉପରେ ଦୁର୍ବଳ ସ୍ଥିତିରେ ଥିବା ମୌସୁମୀ ପୁର୍ନବାର ସକ୍ରିୟ ହୋଇପଡ଼ିଛି।
ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୧୮ ସେପ୍ଟେମ୍ବର, ସୋମବାର ଅପରାହ୍ନ ମଧ୍ୟରେ ରାଜ୍ୟର ୮ ଜିଲ୍ଲାରେ ପ୍ରବଳ ବର୍ଷା(୭ରୁ ୧୧ ସେମି) ହେବାର ସମ୍ଭାବନା ରହିଥିବା ବେଳେ ୧୦ ଜିଲ୍ଲାରେ ବଜ୍ରପାତ ସହ ଝଡ଼ବର୍ଷାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି (ରବିବାର) ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
ଏହି ସମୟ ମଧ୍ୟରେ ରାଜ୍ୟର ଯାଜପୁର, ଖୋର୍ଦ୍ଧା, ଢ଼େଙ୍ଗାନାଳ, କେନ୍ଦୁଝର, କନ୍ଧମାଳ, ଗଞ୍ଜାମ, ଗଜପତି ଓ ରାୟଗଡ଼ା ପ୍ରଭୃତି ୮ଟି ଜିଲ୍ଲାରେ ପ୍ରବଳ ବର୍ଷା(୭ରୁ ୧୧ ସେମି) ହେବାର ସମ୍ଭାବନା ରହିଛି।
/sambad/media/post_attachments/wp-content/uploads/2023/09/A1-13-scaled.jpg)
ସେହିପରି ଏହି ସମୟ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ନୟାଗଡ଼, ଅନୁଗୁଳ ଓ କଳାହାଣ୍ଡି ପ୍ରଭୃତି ୧୦ଟି ଜିଲ୍ଲାରେ ବଜ୍ରପାତ ସହ ଝଡ଼ବର୍ଷାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ଅନ୍ୟପକ୍ଷରେ ଟୁଇନ୍ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି (ରବିବାର) ସକାଳୁ ଆକାଶ ମେଘୁଆ ରହିଛି। ତେବେ, ଟୁଇନ୍ ସିଟି କଟକ ଓ ଭୁବନେଶ୍ୱର ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ମଧ୍ୟମରୁ ପ୍ରବଳ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/10/Yellow-Warning-For-Heavy-Rain-Thunderstorm_Weather_Thumbnail.jpg)