କାଳବୈଶାଖୀ ପାଇଁ ଏହି ୯ଟି ଜିଲ୍ଲାକୁ ଆଗୁଆ ସତର୍କ ସୂଚନା

ଭୁବନେଶ୍ୱର; ଆଜି ରାଜ୍ୟର ୯ଟି ଜିଲ୍ଲାକୁ ବଜ୍ରପାତ ନେଇ ପୂର୍ବାନୁମାନ କରି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ରାଜ୍ୟର ୯ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବ ସହିତ କାଳବୈଶାଖୀର ଆଶଙ୍କା ରହିଥିବା ନେଇ ପାଣିପାଗ କେନ୍ଦ୍ର ରିାପାର୍ଟରୁ ଜଣାପଡ଼ିଛି। କାଳବୈଶାଖୀ ସାମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ଅନୁଗୁଳ, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ ଦେବଗଡ଼ ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ମୁତାବକ ଓଡ଼ିଶାର କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇପାରେ । ତେଣୁ ବଜ୍ରପାତ ବିପଦ ଥିବାରୁ ଏହି ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି । ଅନ୍ୟପଟେ ଆଜି ମଧ୍ୟ ରାଜ୍ୟ ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । କିନ୍ତୁ ଗତକାଲି ଭଳି ଆଜି ମଧ୍ୟ ରାଜ୍ୟର ନଅଟି ସ୍ଥାନରେ କାଳବୈଶାଖୀ ସହ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ସମ୍ବନ୍ଧିତ ଖବର