ସନ୍ଧ୍ୟା ସୁଦ୍ଧା ୪ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା; ସତର୍କ ସୂଚନା ଜାରିକଲା ପାଣିପାଗ କେନ୍ଦ୍ର

ଭୁବନେଶ୍ବର: ରାଜ୍ୟର ୪ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବା ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସନ୍ଧ୍ୟା ୫ଟା ୪୫ ମିନିଟ୍ ମଧ୍ୟରେ ସମ୍ବଲପୁର, ସୁନ୍ଦରଗଡ଼, ବରଗଡ଼ ଏବଂ ଝାରସୁଗୁଡ଼ା  ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା ମଧ୍ୟ ସୂଚନା ଦେଇଛି ବିଭାଗ ।

ଅନ୍ୟପଟେ ଭାରତୀୟ ପାଣିପାଗ  ବିଭାଗ ଏଡିଜି ମୃତ୍ୟୁଞ୍ଜୟ ମହାପାତ୍ର ମୌସୁମୀ କେରଳ ଛୁଇଁଛି  ବୋଲି   ସୂଚନା ଦେଇଛନ୍ତି । ମୌସୁମୀ ଛୁଇଁବା ପରେ କେରଳର କିଛି ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି । ସେହିପରି ୭ ଦିନ ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ସୂଚନା ମିଳିଛି । ଅନ୍ୟପଟେ ଆଜି ମଧ୍ୟ ରାଜ୍ୟ ବିଭିନ୍ନ ସ୍ଥାନରେ ଖରା ଏବଂ କୋହଲା ପାଗ ମଧ୍ୟରେ ଲୁଚକାଳି ଲାଗି ରହିଥିଲା । ସନ୍ଧ୍ୟା ସୁଦ୍ଧା ରାଜ୍ୟର ୪ଟି ଜିଲ୍ଲାରେ କାଳବୈଶାଖୀ ସହ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ତରଫରୁ ସୂଚନା ମିଳିଛି ।

ସମ୍ବନ୍ଧିତ ଖବର