କଟକ, ପୁରୀ ଓ ଖୋର୍ଦ୍ଧା ସମେତ ଏହି ୧୭ଟି ଜିଲ୍ଲାରେ ରହିଛି ଝଡ଼ବର୍ଷା ସମ୍ଭାବନା; ୟେଲୋ ଓ୍ଵାର୍ଣ୍ଣିଂ ଜାରି

କଟକ, ପୁରୀ ଓ ଖୋର୍ଦ୍ଧା ସମେତ ଏହି ୧୭ଟି ଜିଲ୍ଲାରେ ରହିଛି ଝଡ଼ବର୍ଷା ସମ୍ଭାବନା; ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସଂପ୍ରତି ରାଜ୍ୟରେ ଦୁର୍ବଳ ହୋଇ ପ୍ରଭାବଶୂନ୍ୟ ଅବସ୍ଥାରେ ରହିଛି। ତେବେ, ଓଡ଼ିଶା ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତ୍ତନ ଉପରେ ସୃଷ୍ଟି ହୋଇଥିବା ଟ୍ରଫ୍‌ ଲାଇନ୍‌ ପ୍ରଭାବରେ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷାର ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଶୁକ୍ରବାର ଅପରାହ୍ନ ସୁଦ୍ଧା ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ସୋନପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେହିପରି ସମ୍ବଲପୁର, ଅନୁଗୁଳ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, କନ୍ଧମାଳ ଏବଂ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

publive-image
ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯିବା ସହ ଝଡ଼ବର୍ଷା ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ଜନସାଧାରଣଙ୍କୁ ଜାରି ସତର୍କ ସୂଚନାରେ ପରାମର୍ଶ ଦିଆଯାଇଛି। ଆଗାମୀ ସେପ୍ଟେମ୍ବର ୧୫ ତାରଖ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ଏହିଭଳି ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ ବୋଲି ଜାରି ସତର୍କ ସୂଚନାରେ କହିଛି ପାଣିପାଗ ବିଭାଗ।
ଅନ୍ୟପକ୍ଷରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ରପ୍ରଦେଶ ଉପକୂଳବର୍ତ୍ତୀ ଅଞ୍ଚଳରେ ଦାନା ବାନ୍ଧୁଥିବା ଲଘୁଚାପ ଆସନ୍ତା ସେପ୍ଟେମ୍ବର ୧୩ ତାରିଖରେ ସ୍ପଷ୍ଟ ରୂପ ନେବ। ଏହାର ପ୍ରଭାବରେ ୪ରୁ ୫ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe