ଆଗାମୀ ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା, କଟକ, ଅନୁଗୁଳ ସମେତ ଏହି ସ୍ଥାନରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନ ବିଶେଷ ଭାବେ ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଆଦି ଜିଲ୍ଲାରେ କୁଆପଥରମାଡ ସହ ଝଡ଼ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ବୁଧବାର ସୂଚନା ମିଳିଛି। ଏହି ସମୟ ମଧ୍ୟରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ ତଥା ବଜ୍ରପାତ ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଏହିସବୁ ଜିଲ୍ଲାରେ କୁଆପଥର ମାଡ଼, ଝଡ଼ତୋଫାନ ଓ ଘଡ଼ଘଡ଼ି ସହିତ ବର୍ଷା ହେବାର ଆଶଙ୍କା ରହିଛି। ଏଣୁ ଏହି ସମୟରେ ବାହାରକୁ ନଯିବା ପୂର୍ବରୁ ସତର୍କ ରହିବା ପାଇଁ ପାଣିପାଗ କାର୍ଯାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଭୁବନେଶ୍ୱର ସମେତ ଓଡ଼ିଶାରେ ବିଭିନ୍ନ ଜିଲ୍ଲାରେ ପୂର୍ବାହ୍ନରୁ ଖରା ଓ ଅସହ୍ୟ ଗରମ ଅନୁଭୂତ ହୋଇଛି। ତେବେ ଆଗାମୀ ୨୪ଘଣ୍ଟା ମଧ୍ୟରେ ବର୍ଷା ହେଲେ ଗରମରୁ ସାମନ୍ୟ ତ୍ରାହି ମିଳି ପାରିବ।

ସମ୍ବନ୍ଧିତ ଖବର