୨୪ଘଣ୍ଟା ମଧ୍ୟରେ କୁଆପଥର ବର୍ଷା ସହ ୫୦ରୁ ୬୦କିମି ବେଗରେ ବହିବ ପବନ!

ଭୁବନେଶ୍ୱର: ରବିବାର ରାଜ୍ୟର ବିଭିନ୍ନ ସ୍ଥାନରେ କୁଆପଥର ବର୍ଷା ସହ ୫୦ରୁ ୬୦କିମି ବେଗରେ ପବନ ବହିବ। ବର୍ଷା ପବନ ସମୟରେ ଘରୁ ନ ବାହାରିବାକୁ କୁହାଯାଇଛି। ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସତର୍କ ସୂଚନା ଜାରି କରିଛି।

ଭୁବନେଶ୍ୱର ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ, ଆଗାମୀ ୨୪ଘଣ୍ଟା ମଧ୍ୟରେ ସୋନପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, ଅନୁଗୁଳ, ବରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ରାୟଗଡ଼ା, କୋରାପୁଟ, ଗଞ୍ଜାମ, ଗଜପତି ଓ କନ୍ଧମାଳ ଓ ମାଲକାନଗିରି ପ୍ରଭୃତି ଜିଲ୍ଲାରେ ୫୦ରୁ ୬୦କିମି ବେଗରେ ପବନ ବହିବା ସହ ଘଡ଼ଘଡି ବର୍ଷା ହେବାର ସମ୍ଭାବନା ଅଛି। ତେଣୁ ଘଡ଼ଘଡ଼ି ମାରିବା ସମୟରେ ଲୋକମାନେ ବାହାରେ ଯାତାୟତ ନକରିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ, ଅପରାହ୍ନରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେଉଥିଲେ ହେଁ ତାତି ଅସହ୍ୟ ରହିଛି। ସ୍ୱଳ୍ପ ବର୍ଷା ହେଉଥିବାରୁ କେବଳ ମାଟିର ଉପର ଭାଗ ଭିଜୁଛି।

ସମ୍ବନ୍ଧିତ ଖବର