୨୪ଘଣ୍ଟା ମଧ୍ୟରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ରାଜ୍ୟର ୧୪ଟି ଜିଲ୍ଲାରେ ରହିଛି କାଳବୈଶାଖୀର ସମ୍ଭାବନା 

Advertisment
୨୪ଘଣ୍ଟା ମଧ୍ୟରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ରାଜ୍ୟର ୧୪ଟି ଜିଲ୍ଲାରେ ରହିଛି କାଳବୈଶାଖୀର ସମ୍ଭାବନା 

ଭୁବନେଶ୍ୱର: ଗତ ୭୨ ଘଣ୍ଟା ଧରି ସମଗ୍ର ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର କେତେକ ଅଞ୍ଚଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ଓ ପବନ ହୋଇପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି (ଶୁକ୍ରବାର) ଅପରାହ୍ଣରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ଏଥିସହ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ଖୋର୍ଦ୍ଧା, କଟକ, ପୁରୀ, ଜଗତସିଂହପୁର, ଗଞ୍ଜାମ,ଗଜପତି, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ ପବନ ଓ କୁଆପଥର ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ଏହି ସତର୍କ ସୂଚନାରେ କୁହାଯାଇଛି। ଏହି ସମୟ ମଧ୍ୟରେ ଏହି ସମସ୍ତ ଜିଲ୍ଲାର କେତେକ ସ୍ଥାନରେ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ବୋଗରେ ପବନ ବହିବା ସହ ବିଜୁଳି ଓ ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି ବୋଲି କୁହାଯିବା ସହ ପାଗ ବିଗୁଡ଼ୁଥିବା ସମୟରେ ଘରୁ ପଦାକୁ ନ ବାହାରିବା ପାଇଁ ଲୋକମାନଙ୍କୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

publive-image

ଗତକାଲି (ଗୁରୁବାର) ରାଜ୍ୟର ମୟୂରଭଞ୍ଜ, ଖୋର୍ଦ୍ଧା, ବାଲେଶ୍ୱର, ଅନୁଗୁଳ, ଯାଜପୁର ଓ କେନ୍ଦୁଝର ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହୋଇ ଯାଇଛି। ଗତକାଲି ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ବଲାଙ୍ଗୀର ଠାରେ ୪୩.୩୦ ଡିଗ୍ରି ରେକର୍ଡ କରାଯାଇଥିବା ବେଳେ ସର୍ବନିମ୍ନ ତାପମାତ୍ରା କେନ୍ଦୁଝର ଠାରେ ୨୨.୮୦ ଡିଗ୍ରି ରେକର୍ଡ କରାଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe