ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ସବୁ ସ୍ଥାନରେ ୪୦ରୁ ୫୦କିମି ବେଗରେ ପବନ ବହିବା ସହ ବର୍ଷା ଓ ବଜ୍ରପାତ ଆଶଙ୍କା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୮ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଓ ବଜ୍ରପାତ ଆଶଙ୍କା ଥିବା ନେଇ ଗୁରୁବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ତେବେ ଏହି ସମୟରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ପବନ ୪୦ରୁ ୫୦କିମି ବେଗରେ ବହିବ ବୋଲି ପୂର୍ବାନୁମାନ କରାଯାଇଛି। ଏହି ୮ଟି ଜିଲ୍ଲା ମଧ୍ୟରେ କନ୍ଧମାଳ, ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ, ସୋନପୁର, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ ଆଦି ଜିଲ୍ଲା ରହିଛି। ଏନେଇ ଉକ୍ତ ଜିଲ୍ଲାର ବାସିନ୍ଦାକୁ ଏହି ସମୟରେ ଘରୁ ବହାରକୁ ଯିବାରେ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Wikiwand

ସେହିପରି କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ସମ୍ବଲପୁର, ଝାରସୁଗୁଡା, ଦେଓଗଡ଼, ନୟାଗଡ଼, ଖୋର୍ଦ୍ଧା, ବାଲେଶ୍ୱର, ଗଞ୍ଜାମ, ଭଦ୍ରକ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ୩୦ରୁ ୪୦କିମି ବେଗରେ ପବନ ବହିବା ସହିତ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବିଜୁଳି ମାରିବାର ସମ୍ଭାବନା ରହିଛି।

Doonited.इंडिया

ଗୁରୁବାର ପରେ ବି ୧୯ରୁ ୨୩ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ସାମାନ୍ୟ ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ମାରିବା ନେଇ ଆଶଙ୍କା ରହିଛି। ଆଜି ଭୁବନେଶ୍ୱରରେ ସର୍ବାଧିକ ୪୧.୭ଡିଗ୍ରି ସେଲସିୟସ୍‌ ତାପମାତ୍ରା ଥିବା ବେଳେ ଅନୁଗୁଳ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ୨୧.୦ ଡିଗ୍ରି ସେଲସିୟସ୍‌ ସର୍ବନିମ୍ନ ତାପମାତ୍ରା ରହିଛି।

ସମ୍ବନ୍ଧିତ ଖବର