ଭୁବନେଶ୍ୱର: ମୌସୁମୀ ନିମ୍ନ ଚାପ-ରେଖା ଆଜି (ସୋମବାର) ତାର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ପଞ୍ଜାବର ଅମୃତସର ଠାରୁ ବାହାରି କର୍ଣ୍ଣଲ, ବରେଲୀ, ଗୋରଖପୁର, ଭାଗଲପୁର ମଧ୍ୟ ଦେଇ ପଶ୍ଚିମବଙ୍ଗର ମାଲଦାରୁ ପୂର୍ବ ଦିଗରେ ମଣିପୁର ଯାଏଁ ଲମ୍ବିଛି। ଏହାର ପ୍ରଭାବରେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।
ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୮ ଅଗଷ୍ଟ, ମଙ୍ଗଳବାର ଅପରାହ୍ନ ସୁଦ୍ଧା ରାଜ୍ୟର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ପ୍ରଭୃତି ୧୦ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
/sambad/media/post_attachments/wp-content/uploads/2023/08/A1-1-scaled.jpg)
ଅନ୍ୟପକ୍ଷରେ ଟୁଇନ୍ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି (ସୋମବାର) ସକାଳୁ ଆକାଶ ଆଂଶିକ ମେଘାଛନ୍ନ ରହିଛି। ତେବେ, ଟୁଇନ୍ ସିଟି ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/06/Rain-Thunderstorm-in-These-Districts_Weather_Thumbnail.jpg)