ଭୁବନେଶ୍ୱର: ଉତ୍ତର-ପୂର୍ବ ତତ-ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳର ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ୪.୫ରୁ ୭.୬ କିମି ଉଚ୍ଚତା ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳର ୧୮ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।
ଅନ୍ୟପକ୍ଷରେ ମୌସୁମୀ ଟ୍ରଫ୍ ଲାଇନ୍ ସମୁଦ୍ର ପତ୍ତନରେ ହିମାଳୟ ପାଦଦେଶରେ ପ୍ରବାହିତ ହେଉଛି। ଏପରିସ୍ଥିତରେ ସମ୍ଭାବ୍ୟ ଲଗୁଚାପର ରୂପରେଖ ସ୍ପଷ୍ଟ ହୋଇ ନଥିଲେ ମଧ୍ୟ ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଆଜି (ବୁଧବାର) ଏକ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।
ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୧୭ ଅଗଷ୍ଟ, ଗୁରୁବାର ଅପରାହ୍ନ ସୁଦ୍ଧା ରାଜ୍ୟର ୧୮ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଥିବା ବେଳେ ୯ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ଏହି ସମୟ ମଧ୍ୟରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ଓ କନ୍ଧମାଳ ପ୍ରଭୃତି ୧୩ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି।
/sambad/media/post_attachments/wp-content/uploads/2023/08/A1-7-scaled.jpg)
ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ପ୍ରଙୃତି ୯ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ ସେମି) ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଅନ୍ୟପକ୍ଷରେ ଟୁଇନ୍ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳୁ ଆକାଶ ଆଂଶିକ ମେଘାଛନ୍ନ ରହିଛି। ତେବେ, ଟୁଇନ୍ ସିଟି ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି।
ରାଜ୍ୟରେ ଅଗଷ୍ଟ ୧୮/୧୯ ତାରିଖ ଠାରୁ ବର୍ଷାର ପରିମାଣ ବଢ଼ିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/10/Yellow-Warning-For-Heavy-Rain-Thunderstorm_Weather_Thumbnail.jpg)