ଭୁବନେଶ୍ୱର: ମୌସୁମୀ ନିମ୍ନଚାପ ରେଖା ଆଜି (ଗୁରୁବାର) ପଞ୍ଜାବର ଫିରୋଜ଼ପୁରରୁ ବାହାରି କର୍ଣ୍ଣଲ, ମିରଟ, ଆଜମଗଡ, ପାଟନା, ମୁଙ୍ଗେର, ଦେଓଘର, ବାଙ୍କୁରା ମଧ୍ୟ ଦେଇ ପଶ୍ଚିମବଙ୍ଗର ଡାଇମଣ୍ଡ-ହାରବରରୁ ଦକ୍ଷିଣପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି।

Advertisment

ଏହାର ପ୍ରଭାବରେ ଆଜି ସକାଳୁ ରାଜ୍ୟର କୋରାପୁଟ, ମାଲକାନଗିରି, ଅନୁଗୁଳ, ଢେଙ୍କାନାଳ, ବରଗଡ, ସମ୍ବଲପୁର, ଦେବଗଡ, ଝାରସୁଗୁଡା, କେନ୍ଦୁଝର, ନୟାଗଡ ଏବଂ ରାୟଗଡା ଜିଲ୍ଲାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗିରହିଛି।

ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ, ଆଭ୍ୟନ୍ତରୀଣ, ଉତ୍ତର, ଦକ୍ଷିଣ ଓ ପଶ୍ଚିିମ ଓଡ଼ିଶାର ୫ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ (୭ରୁ ୨୦ ସେମି) ବର୍ଷାର ସମ୍ଭାବନା ରହିଥିବା ବେଳେ ୯ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ସେମି)ର ସମ୍ଭାବନା ରହିଛ ଏବଂ ୧୦ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହଥିବା ରହିଛି ବୋଲି ଆଜି (ଗୁରୁବାର) ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୫ ଅଗଷ୍ଟ, ଗୁରୁବାର ଅପରାହ୍ନ ସୁଦ୍ଧା ରାଜ୍ୟର ୨୪ଟି ଜିଲ୍ଲାରେ ପ୍ରବଳ ବର୍ଷା ସହ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି। ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ସୋନପୁର, ବଲାଙ୍ଗୀର, ବୌଦ୍ଧ, ଢ଼େଙ୍କାନାଳ, ଅନୁଗୁଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, କନ୍ଧମାଳ ଓ କଳାହାଣ୍ଡି ପ୍ରଭୃତି ୨୪ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି।

publive-image

ସେହିପରି ଏହି ସମୟ ମଧ୍ୟରେ କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ ପ୍ରଭୃତି ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ରୁ ୨୦ସେମି)ର ସମ୍ଭାବନା ରହିଛି। ଅନ୍ୟପକ୍ଷରେ ଏହି ସମୟ ମଧ୍ୟରେ ମୟୂରଭଞ୍ଜ, ବରଗଡ଼, ସୋନପୁର, ବଲାଙ୍ଗୀର, ଅନୁଗୁଳ, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା ଓ ପୁରୀ ପ୍ରଭୃତି ୯ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ସେମି)ର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳୁ ଆକାଶ ଆଂଶିକ ମେଘାଛନ୍ନ ରହିଛି। ତେବେ, ଟୁଇନ୍‌ ସିଟି ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି।