ଭୁବନେଶ୍ୱର: ମୌସୁମୀ ନିମ୍ନଚାପ ରେଖାର ପଶ୍ଚିମ ଭାଗ ହିମାଳୟର ପାଦଦେଶରେ ଅବସ୍ଥାନ କରୁଥିବା ବେଳେ ପୂର୍ବ ଭାଗ ଆଜି (ଶୁକ୍ରବାର) ଉତ୍ତରପ୍ରଦେଶର ଗୋରଖପୁରରୁ ବାହାରି ପାଟନା, ବାଙ୍କୁରା ମଧ୍ୟ ଦେଇ ପଶ୍ଚିମବଙ୍ଗର ଦିଘାରୁ ଦକ୍ଷିଣପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି। ଏହାର ପ୍ରଭାବରେ ଆଜି ସକାଳୁ ରାଜ୍ୟର ବିଭିନ୍ନ ଜିଲ୍ଲାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗିରହିଛି। ଏପରି ବର୍ଷା ଆସନ୍ତା ୨ ଦିନ ପର୍ଯ୍ୟନ୍ତ ଜାରି ରହିବ। ୨୭ ତାରିଖ ଠାରୁ ବର୍ଷାର ପ୍ରକୋପ କମିବ।

Advertisment

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ଅଗଷ୍ଟ ୨୬ ତାରିଖ ଅପରାହ୍ନ ସୁଦ୍ଧା ଉପକୂଳ, ଆଭ୍ୟନ୍ତରୀଣ, ଉତ୍ତର, ଦକ୍ଷିଣ ଓ ଓଡ଼ିଶାର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ସେମି)ର ସମ୍ଭାବନା ରହିଛ ଏବଂ ୧୫ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହଥିବା ରହିଛି

ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ଅଗଷ୍ଟ ୨୬ ତାରିଖ ଅପରାହ୍ନ ସୁଦ୍ଧା ଉପକୂଳ, ଆଭ୍ୟନ୍ତରୀଣ, ଉତ୍ତର, ଦକ୍ଷିଣ ଓ ଓଡ଼ିଶାର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ସେମି)ର ସମ୍ଭାବନା ରହିଛ ଏବଂ ୧୫ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହଥିବା ରହିଛି ବୋଲି ଆଜି (ଶୁକ୍ରବାର) ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

publive-image

ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୬ ଅଗଷ୍ଟ, ଶନିବାର ଅପରାହ୍ନ ସୁଦ୍ଧା ରାଜ୍ୟର ୨୨ଟି ଜିଲ୍ଲାରେ ପ୍ରବଳ ବର୍ଷା ସହ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି। ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଦେବଗଡ଼, ବୌଦ୍ଧ, ଢ଼େଙ୍କାନାଳ, ଅନୁଗୁଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟ ପ୍ରଭୃତି ୨୨ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି।

ସେହିପରି ଏହି ସମୟ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଅନୁଗୁଳ, ଗଜପତି, ରାୟଗଡ଼ା ଓ କୋରାପୁଟ ପ୍ରଭୃତି ୭ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ସେମି)ର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳୁ ଆକାଶ ଆଂଶିକ ମେଘାଛନ୍ନ ରହିଛି। ତେବେ, ଟୁଇନ୍‌ ସିଟି ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି।