ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୨୦ ଜିଲ୍ଲାରେ କାଳବୈଖାଖୀ ସମ୍ଭାବନା; ୟେଲୋ ଓ୍ଵାର୍ଣ୍ଣିଂ ଜାରି

Advertisment
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ୨୦ ଜିଲ୍ଲାରେ ହେବ କାଳବୈଶାଖୀ; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସଂପ୍ରତି ସମଗ୍ର ରାଜ୍ୟରେ ଗ୍ରୀଷ୍ମପ୍ରବାହ ଓ ଗୁଳୁଗୁଳି ଜାରି ରହିଛି। ତେବେ, ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଝଡ଼ ପବନର ସମ୍ଭାବନା ମଧ୍ୟ ରହିଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ଜୁନ୍‌ ୧ ତାରିଖ ଗୁରୁବାର ମଧ୍ୟାହ୍ନ ସୁଦ୍ଧା ଓଡ଼ିଶାର କିଛି ଜିଲ୍ଲାରେ ଘଣ୍ଟା ପ୍ରତି ୩୦- ୪୦ରୁ ଆରମ୍ଭ ହୋଇ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ୨୦ଟି ଜିଲ୍ଲାରେ ବଜ୍ରପାତ, ଘଡ଼ଘଡ଼ି ସହ ଘୂର୍ଣ୍ଣିଝଡ଼ ବା କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ସତର୍କ ସୂଚନା ଅନୁଯାୟୀ ଏହି ସମୟ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ଏବଂ କାଳବୈଶାଖୀ ସମୟରେ ଏହିସବୁ ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ମଧ୍ୟରେ ରହିବ। ସେହିଭଳି ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାର କିଛି ଅଞ୍ଚଳରେ କାଳବେଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି।

publive-image

ଏଥିସହ ଓଡ଼ିଶାର ଅନ୍ୟ ଜିଲ୍ଲାରେ ମଧ୍ୟ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି। ଏପରିସ୍ଥିତିରେ ଉପରୋକ୍ତ ୨୦ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ସହ ବଜ୍ରପାତ ସମୟରେ ଲୋକଙ୍କୁ ପାଣିପାଗ ଉପରେ ନଜର ରଖି ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।
ଅନ୍ୟପକ୍ଷରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଦିନର ତାପମାତ୍ରାରେ ବିଶେଷ କୌଣସି ପରିବର୍ତ୍ତନର ସମ୍ଭାବନା ନଥିବା ବେଳେ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୨ ଡିଗ୍ରି ଉପରେ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଅଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe