ଭୁବନେଶ୍ୱର: ଆଜି ରାତି ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ପବନର ସମ୍ଭାବନା ରହିଛି ବୋଲି ରାଜ୍ୟ ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍ଆରସି)ଙ୍କ ପକ୍ଷରୁ ଜାରି ଏକ ବିବୃତିରେ କୁହଯାଇଛି।
#Warning pic.twitter.com/ymFZko6ZYO
— SRC, Govt of Odisha (@SRC_Odisha) April 4, 2020
ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ସୁନ୍ଦରଗଡ଼, ଗଜପତି, ରାୟଗଡ଼ା, ନୂଆପଡ଼ା ଓ କୋରାପୁଟ ଜିଲ୍ଲାରେ ଆଜି ବିଳମ୍ବିତ ସନ୍ଧ୍ୟା ସୁଦ୍ଧା ବିଜୁଳି, ଘଡ଼ଘଡ଼ି ସହ ବର୍ଷା ପବନର ସମ୍ଭାବନା ରହିଛି। ଏଥିସହ ଏହି ସମୟ ମଧ୍ୟରେ ଏହି ସମସ୍ତ ଜିଲ୍ଲାରେ ଘଣ୍ଟାପ୍ରତି ୩୦ରୁ ୪୦ ବେଗରେ ପବନ ବହିବାର ମଧ୍ୟ ଆଶଙ୍କା ରହିଥିବା ରାଜ୍ୟ ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍ଆରସି)ଙ୍କ ପକ୍ଷରୁ ଜାରି ଏକ ବିବୃତିରେ କୁହଯାଇଛି।