ଆଜି ରାତି ସୁଦ୍ଧା ରାଜ୍ୟର ୮ଟି ଜିଲ୍ଲାରେ ରହିଛି ବିଜୁଳି, ଘଡ଼ଘଡ଼ି ସହ ବର୍ଷା ପବନର ସମ୍ଭାବନା

ସପ୍ତାହେ ଯାଏ ଲାଗିରହିବ କାଳବୈଶାଖୀ, ୨୪ରୁ ୨୭ ପର୍ଯ୍ୟନ୍ତ ୧୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

MetWeather

ଭୁବନେଶ୍ୱର: ଆଜି ରାତି ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ପବନର ସମ୍ଭାବନା ରହିଛି ବୋଲି ରାଜ୍ୟ ସ୍ୱତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆରସି)ଙ୍କ ପକ୍ଷରୁ ଜାରି ଏକ ବିବୃତିରେ କୁହଯାଇଛି।

ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ସୁନ୍ଦରଗଡ଼, ଗଜପତି, ରାୟଗଡ଼ା, ନୂଆପଡ଼ା ଓ କୋରାପୁଟ ଜିଲ୍ଲାରେ ଆଜି ବିଳମ୍ବିତ ସନ୍ଧ୍ୟା ସୁଦ୍ଧା ବିଜୁଳି, ଘଡ଼ଘଡ଼ି ସହ ବର୍ଷା ପବନର ସମ୍ଭାବନା ରହିଛି। ଏଥିସହ ଏହି ସମୟ ମଧ୍ୟରେ ଏହି ସମସ୍ତ ଜିଲ୍ଲାରେ ଘଣ୍ଟାପ୍ରତି ୩୦ରୁ ୪୦ ବେଗରେ ପବନ ବହିବାର ମଧ୍ୟ ଆଶଙ୍କା ରହିଥିବା ରାଜ୍ୟ ସ୍ୱତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆରସି)ଙ୍କ ପକ୍ଷରୁ ଜାରି ଏକ ବିବୃତିରେ କୁହଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe