ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ ଜିଲ୍ଲାରେ କାଳବୈଖାଖୀ ସମ୍ଭାବନା; ୟେଲୋ ଓ୍ଵାର୍ଣ୍ଣିଂ ଜାରି

Advertisment
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ୧୧ ଜିଲ୍ଲାରେ ହେବ କାଳବୈଶାଖୀ

ଭୁବନେଶ୍ୱର: ସଂପ୍ରତି ସମଗ୍ର ରାଜ୍ୟରେ ଗ୍ରୀଷ୍ମପ୍ରବାହ ଓ ଗୁଳୁଗୁଳି ଜାରି ରହିଛି। ତେବେ, ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଝଡ଼ ପବନର ସମ୍ଭାବନା ମଧ୍ୟ ରହିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ଜୁନ୍‌ ୨ ତାରିଖ ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ଓଡ଼ିଶାର କିଛି ଜିଲ୍ଲାରେ ଘଣ୍ଟା ପ୍ରତି ୩୦- ୪୦ରୁ ଆରମ୍ଭ ହୋଇ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ଉପକୂଳର ୧୦ଟି ଜିଲ୍ଲାରେ ବଜ୍ରପାତ, ଘଡ଼ଘଡ଼ି ସହ ଘୂର୍ଣ୍ଣିଝଡ଼ ବା କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ସତର୍କ ସୂଚନା ଅନୁଯାୟୀ ଏହି ସମୟ ମଧ୍ୟରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ବିଶେଷ କରି କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ଏବଂ କାଳବୈଶାଖୀ ସମୟରେ ଏହିସବୁ ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିମି ମଧ୍ୟରେ ରହିବ।

publive-image

ଏଥିସହ ଓଡ଼ିଶାର ଅନ୍ୟ ଜିଲ୍ଲାରେ ମଧ୍ୟ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି। ଏପରିସ୍ଥିତିରେ ଉପରୋକ୍ତ ୧୦ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ସହ ବଜ୍ରପାତ ସମୟରେ ଲୋକଙ୍କୁ ପାଣିପାଗ ଉପରେ ନଜର ରଖି ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।

ଅନ୍ୟପକ୍ଷରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଦିନର ତାପମାତ୍ରାରେ ପରିବର୍ତ୍ତନର ସମ୍ଭାବନା ଥିବା ବେଳେ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୨ ଡିଗ୍ରି ଉପରେ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଅଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ।

publive-image

ଜୁନ୍‌ ୨ ଓ ୩ ତାରିଖରେ ସାରା ଓଡ଼ିଶାରେ ଗ୍ରୀଷ୍ମର ପ୍ରବାହ ଅସହ୍ୟ ହେବ। ପଶ୍ଚିମ ଓଡ଼ିଶରେ ପାରା ୪୩ ଡିଗ୍ରି ଅତିକ୍ରମ କରିବ ସେହିପରି ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରି ଟପିଯିବାର ସମ୍ଭାବନା ରହିଛି। ବଲାଙ୍ଗୀର, ସୋନପୁର, ଟିଟିଲାଗଡ଼, ବୌଦ୍ଧ, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାରେ ଦିନର ତାପମାତ୍ରା ୪୩ ଡିଗ୍ରି ଉପରେ ରହିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe