ପାଣିପାଗ: ସନ୍ଧ୍ୟା ସାଢ଼େ ୬ଟା ସୁଦ୍ଧା ଅବିଭକ୍ତ କୋରାପୁଟ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶାର ୨ଟି ଜିଲ୍ଲାକୁ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବୁଧବାର ସତର୍କ ସୂଚନା ଜାରି କରାଯାଇଛି। କୋରାପୁଟ ଓ ରାୟଗଡ଼ା ଜିଲ୍ଲାରେ ଆଜି ସନ୍ଧ୍ୟା ସାଢ଼େ ୬ଟା ମଧ୍ୟରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇପାରେ। ବର୍ଷା ସହିତ ଜୋର୍‌ରେ ପବନ ବୋହିପାରେ। ସେହିଭଳି ବ୍ରଜପାତ ହେବାର ମଧ୍ୟ ଆଶଂକା ରହିଛି। ତେଣୁ ଏହି ସମୟରେ ସଂପୃକ୍ତ ଜିଲ୍ଲାର ଲୋକେ ଘରୁ ବାହାରକୁ ନ ବାହାରନ୍ତୁ ବୋଲି ପାଣିପାଗ ବିଭାଗ ପରାମର୍ଶ ଦେଇଛି। ପାଣିପାଗ ବିଭାଗର ସତର୍କ ସୂଚନା ଅନୁସାରେ ଏହି ସମୟରେ ଅବିବକ୍ତ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବୋହିପାରେ।

ସମ୍ବନ୍ଧିତ ଖବର