ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଏହି ସମସ୍ତ ଜିଲ୍ଲାରେ ରହିଛି କାଳବୈଶାଖୀ ସମ୍ଭାବନା, ସତର୍କ ସୂଚନା ଜାରିକଲା ପାଣିପାଗ ବିଭାଗ

ଭୁବନେଶ୍ୱର: ସମଗ୍ର ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର, ନୟାଗଡ଼, ଭଦ୍ରକ, କଟକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ପବନ ସହ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତର ଆଶଙ୍କା ରହିଥିବା ନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କେନ୍ଦ୍ର।

ସାଟେଲାଇଟ୍‌ ଚିତ୍ର ଓ ଡପ୍‌ଲର ରାଡାର ସୂଚନାକୁ ଆଧାର କରି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏହି ସତର୍କ ସୂଚନାରେ କୁହାଯାଇଛି ଯେ ରାଜ୍ୟର ଏହି ସମସ୍ତ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହଠାତ୍‌ ପାଗରେ ପରିବର୍ତ୍ତନ ହେବା ସହ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଆରମ୍ଭ ହୋଇଯିବ। ଏଥିସହ ଏହି ସମୟ ମଧ୍ୟରେ ଏହି ସମସ୍ତ ସ୍ଥାନରେ ଘଣ୍ଟାପ୍ରତି ୩୦ର ୪୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତର ଆଶଙ୍କା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବାକୁ ଜାରି ସତର୍କ ସୂଚନାରେ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

ଗତକାଲି (ରବିିବାର) ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୩.୬ ଡିଗ୍ରି ସେଲସିୟସ ଝାରସୁଗୁଡ଼ା ଠାରେ ରେକର୍ଡ କରା ଯାଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ୨୧.୫ ଡିଗ୍ରି ସେଲସିୟସ ସୋନପୁର ଠାରେ ରେକର୍ଡ କରା ଯାଇଥିଲା।

ସମ୍ବନ୍ଧିତ ଖବର