ଭୁବନେଶ୍ୱର: ସଂପ୍ରତି ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ପଶ୍ଚିମ ବାୟୁର ପ୍ରାଭାବ ଅନୁଭୂତ ହେଉନାହିଁ। ଫଳରେ ରାଜ୍ୟରେ ମୌସୁମୀ ଜନିତ ବର୍ଷା ପ୍ରାଥମିକ ପର୍ଯ୍ୟାୟରେ କିଛିଟା ଅନୁଭୂତ ହୋଇଥିଲେ ମଧ୍ୟ ଏବେ ସଂପୂର୍ଣ୍ଣ ରୂପେ ଉଭାଇ ଯାଇଛି। ତଥାପି ବିଭିନ୍ନ ସମୟରେ ରାଜ୍ୟ ଉପରେ ସୃଷ୍ଟି ହେଉଥିବା ଘୂର୍ଣ୍ଣିବଳୟ ଜନିତ ଟ୍ରଫ୍‌ଲାଇନ୍‌ ଲାଇନ କାରଣରୁ ରାଜ୍ୟର ବିଭିନ୍ନ ଜିଳ୍ଳାରେ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେଉଛି।

Advertisment

ଏହି ପରିପ୍ରେକ୍ଷୀରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ଶନିବାର ଅପରାହ୍ନ ସୁଦ୍ଧା ରାଜ୍ୟର ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକ ସମେତ ଦକ୍ଷିଣ ଉପକୂଳ ଓଡ଼ିଶାର ଅଧିକାଂଶ ଜିଲ୍ଲା ତଥା ଓଡିଶାର ବାକି ଜିଲ୍ଲାମାନଙ୍କର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଥିବା ଆଜି ମଧ୍ୟାହ୍ନରେ ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏହି ସମୟ ମଧ୍ୟରେ ରାଜ୍ୟର କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, କାଳାହାଣ୍ଡି ଏବଂ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା କହିଛି ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର।

publive-image Metweather

ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର କାଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼, ବଲାଙ୍ଗୀର, ସୁନ୍ଦରଗଡ଼, କେନ୍ଦୁଝର, ଦେଓଗଡ଼, ମୟୂରଭଞ୍ଜ, ଅନୁଗୁଳ ଓ ଜଗତସିଂହପୁର ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉପରୋକ୍ତ ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।