India.Com
ଭୁବନେଶ୍ୱର: ଆଜି (ଶୁକ୍ରବାର) ଅପରାହ୍ଣ ୨ଟା ୪୫ ମିନିଟରୁ ସନ୍ଧ୍ୟା ୫ଟା ୪୫ ମିନିଟ ମଧ୍ୟରେ ରାଜ୍ୟର ମାଲକାନଗିରି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଓ ବଜ୍ରପାତର ଆଶଙ୍କା ରହିଥିବା ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ସାଟେଲାଇଟ୍ ଚିତ୍ର ଓ ଡପ୍ଲର ରାଡାର ସୂଚନାକୁ ଆଧାର କରି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏହି ସତର୍କ ସୂଚନାରେ କୁହାଯାଇଛି ଯେ ଉପରୋକ୍ତ ୩ଟି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହଠାତ୍ ପାଗରେ ପରିବର୍ତ୍ତନ ହେବା ସହ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଆରମ୍ଭ ହୋଇଯିବ। ଏଥିସହ ଏହି ସମୟ ମଧ୍ୟରେ ଏହି ସମସ୍ତ ସ୍ଥାନରେ ଘଣ୍ଟାପ୍ରତି ୩୦ର ୪୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତର ଆଶଙ୍କା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବାକୁ ଜାରି ସତର୍କ ସୂଚନାରେ ପରାମର୍ଶ ଦେଇଛି ପାଣିପାଗ ବିଭାଗ।
Follow Us