ଭୁବନେଶ୍ୱର: ସଂପ୍ରତି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ସମୁଦ୍ର ମଧ୍ୟସ୍ଥ ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଅନ୍ୟପକ୍ଷରେ ସେପ୍ଟେମ୍ବର ୩ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବାୟୁ ଚଳନରେ ପରିବର୍ତ୍ତନ ସମ୍ଭାବନା ରହିଛି। ଫଳ ସ୍ୱରୂପ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଥିବା ବେଳେ ୪ ତାରିଖ ଠାରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢିବ ବୋଲି ଆଜି (ଶୁକ୍ରବାର) ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

Advertisment

୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ସେପ୍ଟେମ୍ବର ୩ ତାରିଖ ଅପରାହ୍ନ ସୁଦ୍ଧା ଆଭ୍ୟନ୍ତରୀଣ, ଉପକୂଳ, ଉତ୍ତର, ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ୨୨ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହଥିବା ରହିଥିବା ବେଳେ ୧୦ ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ ସେମି)ର ସମ୍ଭାବନା ରହିଛି

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ସେପ୍ଟେମ୍ବର ୩ ତାରିଖ ଅପରାହ୍ନ ସୁଦ୍ଧା ଆଭ୍ୟନ୍ତରୀଣ, ଉପକୂଳ, ଉତ୍ତର, ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ୨୨ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହଥିବା ରହିଥିବା ବେଳେ ୧୦ ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ ସେମି)ର ସମ୍ଭାବନା ରହିଛି ବୋଲି ଆଜି (ଶନିବାର) ଅପରାହ୍ନରେ ଜାରି ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୩ ସେପ୍ଟେମ୍ବର, ରବିବାର ଅପରାହ୍ନ ସୁଦ୍ଧା ରାଜ୍ୟର ୨୨ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି। ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି।

publive-image

ସେହିପରି ଏହି ସମୟ ମଧ୍ୟରେ କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢେଙ୍କାନାଳ, ନୟାଜଡ଼, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି ପ୍ରଭୃତି ୧୦ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ ସେମି) ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ମଧ୍ୟାହ୍ନରୁ ଆକାଶ ମେଘାଛନ୍ନ ରହିଛି। ତେବେ, ଟୁଇନ୍‌ ସିଟିରେ ଅପରାହ୍ନ ୩ଟାରୁ ୫ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି

ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ମଧ୍ୟାହ୍ନରୁ ଆକାଶ ମେଘାଛନ୍ନ ରହିଛି। ତେବେ, ଟୁଇନ୍‌ ସିଟିରେ ଅପରାହ୍ନ ୩ଟାରୁ ୫ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

publive-image

ଟୁଇନ୍‌ ସିଟି ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ହାଲୁକାରୁ ମଧ୍ୟମ ଧରଣର ଅସରାଏ ଦୁଇଅସରା ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି।