ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘୂର୍ଣ୍ଣିଝଡ଼ ସମ୍ଭାବନା; ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ଜାରି ହେଲା ନିର୍ଦ୍ଦେଶନାମା

Advertisment
ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘୂର୍ଣ୍ଣିଝଡ଼ ସମ୍ଭାବନା; ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ଜାରି ହେଲା ନିର୍ଦ୍ଦେଶନାମା

ଭୁବନେଶ୍ୱର: ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପାଗ କୋହଲା ରହିବା ସହ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି। ଏଥିସହ ଏହି ସମୟ ମଧ୍ୟରେ ବହୁ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହି ଘୂର୍ଣ୍ଣିଝଡ଼ ହେବାର ଆଶଙ୍କା ରହିଥିବାରୁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ଆଜି ଅପରାହ୍ଣରେ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସମ୍ବଲପୁର, ପୁରୀ, ଗଞ୍ଜାମ ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଏହି ସମୟ ମଧ୍ୟରେ ସୋନପୁର, ବୌଦ୍ଧ, ଅନୁଗୁଳ, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ଘଣ୍ଟାକୁ ୩୦ରୁ ୪୦ କିଲୋମିଟର ବେଗରେ ଝଡ଼ ପବନ ସହ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି। ସେଥିପାଇଁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିବା ସଂପୃକ୍ତ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର।

publive-image Met Weather

ସେହିପରି ଶୁକ୍ରବାର ବିଳମ୍ବିତ ସନ୍ଧ୍ୟାରୁ ଶନିବାର ପ୍ରତୁ୍ୟୁଷ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଛର, ଝାରସୁଗୁଡ଼ା, ସମ୍ବଲପୁର ଓ ବଲାଙ୍ଗୀର ଜିଲ୍ଲାରେ ଘନ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ମଧ୍ୟ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe