Met Weather
ଭୁବନେଶ୍ୱର: ଆଜି ଠାରୁ ଆରମ୍ଭ କରି ଆଗାମୀ ୧୦ ତାରିଖ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପାଗ କୋହଲା ରହିବା ସହ ସ୍ୱଳ୍ପରୁ ନେଇ ପ୍ରବଳ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି। ଏଥିସହ ଏହି ସମୟ ମଧ୍ୟରେ ବହୁ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହି ଘୂର୍ଣ୍ଣିଝଡ଼ ହେବାର ଆଶଙ୍କା ରହିଥିବାରୁ ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ।
ଆଜି ଅପରାହ୍ଣରେ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଆଭ୍ୟନ୍ତର ଓଡ଼ିଶା, ଉପକୂଳ ଓଡ଼ିଶା ଓ ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶାର ବହୁ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି।
Met Weather୬ ତାରିଖ ପାଇଁ ୟେଲୋଓ୍ଵାର୍ଣ୍ଣିଂ
ଏହି ସମୟ ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, କଟକ, ନୟାଗଡ଼, ଖୋର୍ଦ୍ଧା, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ଓ ପବନ ସହ ଘୂର୍ଣ୍ଣିଝଡ଼ ହେବାର ଆଶଙ୍କା ରହିଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ଗୁରୁବାର ମଧ୍ୟରାତ୍ରରୁ ଶୁକ୍ରବାର ପ୍ରତ୍ୟୁଷ ପର୍ଯ୍ୟନ୍ତ କଳାହାଣ୍ଡି, ବଲାଙ୍ଗୀର, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରେ ଘନ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଥିବାରୁ ଗାଡ଼ି ଚଳାଚଳ ବେଳେ ସାବଧାନତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।
ସେହିପରି ୭ତାରିଖ ଅପରାହ୍ଣରୁ ୮ ତାରିଖ ମଧ୍ୟାହ୍ନ ମଧ୍ୟରେ ରାଜ୍ୟର ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ଓଡ଼ିଶା, ଉପକୂଳ ଓଡ଼ିଶା ଓ ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶାର ବହୁ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
୭ ତାରିଖ ପାଇଁ ୟେଲୋଓ୍ଵାର୍ଣ୍ଣିଂ
ଏହି ସମୟ ମଧ୍ୟରେ ବିଜୁଳି, ଘଡ଼ଘଡ଼ି ଓ ପବନ ସହ ପ୍ରବଳ ବର୍ଷା ଓ ଘୂର୍ଣ୍ଣିଝଡ଼ ହେବାର ଆଶଙ୍କା ରହିଥିବାରୁ ସୋନପୁର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର,ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, ଗଞ୍ଜାମ, କେନ୍ଦ୍ରାପଡ଼ା, କନ୍ଧମାଳ, ନୟାଗଡ଼ ଓ ବୌଦ୍ଧ ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
୮ତାରିଖରୁ ୯ ତାରିଖ ମଧ୍ୟାହ୍ନ ମଧ୍ୟରେ ରାଜ୍ୟର ଉତ୍ତର ଆଭ୍ୟନ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବହୁ ଜିଲ୍ଲା ସମେତ ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶାର ଗୋଟିିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
Met Weather୮ ତାରିଖ ପାଇଁ ୟେଲୋଓ୍ଵାର୍ଣ୍ଣିଂ
ତେବେ, ଏହି ସମୟ ମଧ୍ୟରେ ବିଜୁଳି, ଘଡ଼ଘଡ଼ି ଓ ପବନ ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଘୂର୍ଣ୍ଣିଝଡ଼ ହେବାର ଆଶଙ୍କା ରହିଥିବାରୁ ପୁରୀ, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ନୟାଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
୯ତାରିଖରୁ ୧୦ ତାରିଖ ମଧ୍ୟାହ୍ନ ମଧ୍ୟରେ ରାଜ୍ୟର ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା ଜିଲ୍ଲାର ଗୋଟିିଏରୁ ଦୁଇଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
୯ ତାରିଖ ପାଇଁ ୟେଲୋଓ୍ଵାର୍ଣ୍ଣିଂ
ତେବେ, ଏହି ସମୟ ମଧ୍ୟରେ ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ କାଳବୈଶାଖୀ ସଦୃଶ ପବନ ବହି ଘୂର୍ଣ୍ଣିଝଡ଼ ହେବାର ଆଶଙ୍କା ରହି ଥିବାରୁ କନ୍ଧମାଳ, ନୟାଗଡ଼, କଟକ, ଖୋର୍ଦ୍ଧା, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
Met Weather୧୦ ତାରିଖରୁ ୧୧ ତାରିଖ ମଧ୍ୟରେ ରାଜ୍ୟର ଅନୁଗୁଳ, କନ୍ଧମାଳ, କଳାହାଣ୍ଡି, ଖୋର୍ଦ୍ଧା, ନୟାଗଡ଼, କଟକ ଓ ଢ଼େଙ୍କାନାଳ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।
Follow Us