ଭୁବନେଶ୍ୱର: ପଶ୍ଚିମ ମଧ୍ୟପ୍ରଦେଶ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଦୁର୍ବଳ ହୋଇପଡ଼ିଛି। ତେବେ, ପୂର୍ବ ଉତ୍ତରପ୍ରଦେଶ ଏବଂ ଏହା ଆଖପାଖର କେନ୍ଦ୍ରୀୟ ଅଂଶ ଉପରେ ଏକ ଲଗୁଚାପ ବଳୟ ସମୁଦ୍ର ପତ୍ତନ ଠାରୁ ୫.୮ କିଲୋମିଟର ଉଚ୍ଚତାରେ ସୃଷ୍ଟି ହୋଇଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ପୂର୍ବ- ଉତ୍ତର- ପୂର୍ବ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଗାମୀ ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୨୫ ତାରିଖ ମଧ୍ୟାହ୍ନ ସୁଦ୍ଧା ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, କେନ୍ଦୁଝର, ଅନୁଗୁଳ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଏବଂ କନ୍ଧମାଳ ଜିଲ୍ଲାରେ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।
ସେହିପରି ୨୬ ତାରିଖ ମଧ୍ୟାହ୍ନ ସୁଦ୍ଧା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡା, ମାଲକାନଗିରି ଜିଲ୍ଲାରେ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ହେବାର ସମ୍ଭାବନା ରହଥିବା ବେଳେ ମାଲକାନଗିରି, କୋରାପୁଟ, ରାୟାଗଡା, ଗଜପତି ଏବଂ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯିବା ସହ ଘୂର୍ଣ୍ଣିଝଡ଼ ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନବାହାରିବା ପାଇଁ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ପରାମର୍ଶ ଦିଆଯାଇଛି।
ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ ଘୂର୍ଣ୍ଣିଝଡ଼ ସହ ବଜ୍ରପାତର ସମ୍ଭାବନା; ସତର୍କ ସୂଚନା ଜାରି କଲେ ସ୍ୱତନ୍ତ୍ର ରିଲିଫ କମିଶନର
/sambad/media/post_attachments/wp-content/uploads/2020/09/AA.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)