ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଏହି ସବୁ ଜିଲ୍ଲାରେ ରହିଛି ବର୍ଷା ସହ ବଜ୍ରପାତର ସମ୍ଭାବନା; ଜାରି ହେଲା ୟେଲୋ ଓ୍ଵାର୍ଣ୍ଣିଂ 

Advertisment
ତିନିଦିନ ଧରି ଏହି ସବୁ ଅଂଚଳରେ ହୋଇପାରେ ଝଡବର୍ଷା

Metweather

ଭୁବନେଶ୍ୱର: ରାଜ୍ୟରେ ସଂପ୍ରତି ମୌସୁମୀର କୌଣସି ପ୍ରଭାବ ନାହିଁ। ଏଥିସହ ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁର ପ୍ରବାହ କିମ୍ବା ପ୍ରଭାବ ଜନିତ ବର୍ଷା ରାଜ୍ୟରେ ଦେଖିବା ପାଇଁ ମିଳୁନାହିଁ। ତେବେ, ସମୁଦ୍ର ପତ୍ତନଠାରୁ ୦.୯ କିଲୋମିଟର ଉଚ୍ଚତାରେ ଓଡ଼ିଶା ଏବଂ ପଡ଼ୋଶୀ ଅଞ୍ଚଳ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସେହିପରି ପୂର୍ବ ଉତ୍ତରପ୍ରଦେଶ ଏବଂ ତତ୍‌ ସଂଲଗ୍ନ ଅଞ୍ଚଳରେ ସମୁଦ୍ର ପତ୍ତନ ଠାରୁ ୧.୫ କିଲୋମିଟରରୁ ୪.୫ କିଲୋମିଟର ଉଚ୍ଚତାରେ ଅନ୍ୟ ଏକ ଘୂର୍ଣ୍ଣିବଳୟ ପ୍ରବାହ ସୃଷ୍ଟି ହୋଇଛି। ଏତଦ୍‌ବ୍ୟତୀତ ପୂର୍ବ ମଧ୍ୟପ୍ରଦେଶର ବିଦର୍ଭ ପର୍ଯ୍ୟନ୍ତ ସମୁଦ୍ର ପତ୍ତନଠାରୁ ୧.୫ କିଲୋମିଟରରୁ ୩.୧ କିଲୋମିଟର ଉଚ୍ଚତା ମଧ୍ୟରେ ଏକ ଟ୍ରଫ୍‌ ଲାଇନ୍‌ ସକ୍ରିୟ ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ଗୁରୁବାର ଅପରାହ୍ନ ସୁଦ୍ଧା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲାର ବହୁ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ରାଜ୍ୟର କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ ଓ ଢ଼େଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

publive-image Metweather

ସେହିପରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ନବରଙ୍ଗପୁର, କାଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ବଜ୍ରପାତ ହେବାର ସମ୍ଭାବନା ରହିଛ। ସେଥିପାଇଁ ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ଉପରୋକ୍ତ ଜିଲ୍ଲାଗୁଡ଼ିକୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରା ଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe