Advertisment

କାଳବୈଶାଖୀ: ୯ ଜିଲ୍ଲାକୁ ଅରେଞ୍ଜ; ୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

Advertisment
କାଳବୈଶାଖୀ: ୯ ଜିଲ୍ଲାକୁ ଅରେଞ୍ଜ; ୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

Met Weather

ଭୁବନେଶ୍ୱର: ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ କାଳବୈଶାଖୀର ସମ୍ଭାବନା ରହିଛି। ତେବେ, ଆଜି ଅପରାହ୍ଣ ଠାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ମଙ୍ଗଳବାର, ୫ ମେ ଅପରାହ୍ଣ ଠାରୁ ବୁଧବାର ଅପରାହ୍ଣ ମଧ୍ୟରେ ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତର ଦକ୍ଷିଣ ଓଡ଼ିଶାର ବହୁ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ରାଜ୍ୟର ୧୭ଟି ଜିଲ୍ଲରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ ବର୍ଷା ପବନର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟର ୯ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଅନ୍ୟ ୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି।

publive-image Met Weather

ଅରେଞ୍ଜ ଓ୍ଵାର୍ଣ୍ଣିଂ

ରାଜ୍ୟର ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଢ଼େଙ୍କାନାଳ, କଟକ ଓ ଭଦ୍ରକ ପ୍ରମୁଖ ୯ଟି ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ୯ଟି ଜିଲ୍ଲାରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ହବ। ଏହି ସମୟରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା ପବନର ମଧ୍ୟ ସମ୍ଭାବନା ରହିଛି ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି।

ୟେଲୋ ଓ୍ଵାର୍ଣ୍ଣିଂ

ସେହିପରି ରାଜ୍ୟର ସୁନ୍ଦରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ବଲାଙ୍ଗୀର ଓ କୋରାପୁଟ ପ୍ରମୁଖ ୮ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ୮ଟି ଜିଲ୍ଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ହବ। ଏହି ସମୟ ମଧ୍ୟରେ ଏହି ସବୁ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା ପବନର ସମ୍ଭାବନା ରହିଛି ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି।
ଏଥିସହ ଆସନ୍ତା ମେ ୧୦ ତାରଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାମାନଙ୍କରେ କାଳବୈଶାଖୀର ପ୍ରକୋପ ଦେଖିବାକୁ ମିଳିବ ବୋଲି କହିଛି ପାଣିପାଗ ବିଭାଗ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe