ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍ ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ଅନୂନ୍ୟ ୧୮ଟି ଜିଲ୍ଲରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପବନର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟର ୧୩ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି।
ଭୁବନେଶ୍ୱର ସ୍ଥିତ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନାରେ କୁହାଯାଇଛି ଯେ ଏହି ସମୟ ମଧ୍ୟରେ ରାଜ୍ୟର କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର, ଦେବଗଡ଼ ଜିଲ୍ଲାର ବହୁ ସ୍ଥାନରେ କାଳବୈଶାଖୀର ପ୍ରଭାବ ଅନୁଭୂତ ହେବ।
Met Weatherତେବେ, ବିଶେଷ ଭାବେ ଏହି ସମୟ ମଧ୍ୟରେ ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, କଟକ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ବୌଦ୍ଧ ପ୍ରମୁଖ ୧୩ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ଜନିତ ପ୍ରବଳ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପବନର ହେବାର ସମ୍ଭାବନା ରହିଛି। ସେଥିପାଇଁ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ଉପରୋକ୍ତ ୧୩ଟି ଜିଲ୍ଲା ପାଇଁ ୟେଲୋ ବା ହଳଦିଆ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/05/weather-1.jpg)