ପାଣିପାଗ: ଖୋର୍ଦ୍ଧା, କଟକ, ପୁରୀ ଓ ଜଗତସିଂହପୁରରେ ଝଡ଼ବର୍ଷା ସମ୍ଭାବନା

ପାଣିପାଗ: ଖୋର୍ଦ୍ଧା, କଟକ, ପୁରୀ ଓ ଜଗତସିଂହପୁରରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୪ଟି ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାର ୪ଟି ଜିଲ୍ଲାର କିଛି ସ୍ଥାନରେ ଆଜି କାଳବୈଶାଖୀ ସହିତ ବର୍ଷା ହେବାର ଅନୁମାନ କରାଯାଇଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ଗୁରୁବାର ଏହି ସୂଚନା ଦିଆଯାଇଛି। ଏହି ସମୟ ମଧ୍ୟରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଖୋର୍ଦ୍ଧା, କଟକ, ପୁରୀ ଓ ଜଗତସିଂହପୁର ଜିଲ୍ଲାର କିଛି ସ୍ଥାନରେ ଝଡ଼ତୋଫାନ ଓ ଘଡ଼ଘଡ଼ି ସହିତ ବର୍ଷା ହେବାର ଆଶଙ୍କା ରହିଛି। ବାହାରକୁ ଯିବା ପୂର୍ବରୁ ସତର୍କ ରହିବା ପାଇଁ ପାଣିପାଗ କାର୍ଯାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଉପକୂଳ ଓଡ଼ିଶାରେ ପୂର୍ବାହ୍ନରୁ ଖରା ଓ ଅସହ୍ୟ ଗରମ ହୋଇଥିଲେ ମଧ୍ୟ ଅପରାହ୍ନ ୩ଟା ପରେ ପାଗରେ ହଠାତ୍‌ ପରିବର୍ତ୍ତନ ଦେଖାଯାଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ତେଣୁ ବାହାରକୁ ଯିବା ପୂର୍ବରୁ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe